ବ୍ରହ୍ମପୁର ସରକାରୀ ସ୍ବତନ୍ତ୍ର ଆବାସରେ କରୋନା: ୪୫ ନାବାଳକ ପଜିଟିଭ ଚିହ୍ନଟ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ଜୁଲାଇ ମାସ ଶେଷ ବେଳକୁ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଭୟାଭୟ ସ୍ଥିତିରେ ରହିଛି। ଜିଲା ପାଇଁ ଜୁଲାଇ ମାସ ସବୁଠୁ ପ୍ରାଣଘାତୀ ସାବ୍ୟସ୍ତ ହୋଇଛି । ଲକ୍‌ଡାଉନ, ସଟ୍‌ଡାଉନ ଏବଂ ସୀମା ସିଲ୍‌ ଭଳି ପଦକ୍ଷେପ ଆଉ କାମ ଦେଉନି। ଏହାର ପ୍ରଭାବ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରରେ ମଧ୍ୟ ଦେଖିବାକୁ ମିଳୁଛି। ବ୍ରହ୍ମପୁରର ସ୍ବତନ୍ତ୍ର ଆବାସ ଗୃହରେ ପଶିଛି କରୋନା । ଏହି ଜୁଭେନାଇଲ ହୋମ୍‌ରେ ଥିବା ୪୫ ଜଣ ବାଳ ଅପରାଧି ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ତେବେ ବ୍ୟାପକ ସୁରକ୍ଷା ମଧ୍ୟରେ ରହୁଥିବା ସତ୍ତ୍ୱେ ଏଠାରେ ସଂକ୍ରମଣ କିପରି ହେଲା ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି । ବର୍ତ୍ତମାନ ଏଠାରେ ୧୦୦ ଜଣ ନାବାଳକ ରହୁଛନ୍ତି । ହେଲେ ସେମାନଙ୍କ ଭିତରୁ କିଛି ଜଣଙ୍କ ଠାରେ କରୋନା ଲକ୍ଷଣ ଦେଖା ଦେଇଥିଲା। ସେଥିରୁ ୭୨ ଜଣକ ସ୍ବାବ ଟେଷ୍ଟ ଶୁକ୍ରବାର କରାଯାଇଥିଲା । ସେଥିରୁ ୪୫ ଜଣଙ୍କ ପଜିଟିଭ ଆସିଥିବା ବ୍ରହ୍ମପୁର ମହାନଗର କମିଶନର (ବିଏମ୍‌ସି )ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି । ତେବେ ସେମାନଙ୍କ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ସ୍ବାସ୍ଥ୍ୟ ଟିମ୍‌ ପଠାଇବାକୁ ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ଆବାସ ଗୃହର ଅଧିକ୍ଷକ ପି.କେ ହାରା ସୂଚନା ଦେଇଛନ୍ତି । କରୋନାରେ ଆକ୍ରାନ୍ତ ଅନ୍ତେବାସୀ ଙ୍କୁ ଏବେ ସ୍ବତନ୍ତ୍ର ଭାବେ ରଖାଯାଇ ସେମାନଙ୍କ ଚିକିତ୍ସା ଆରମ୍ଭ କରାଯାଉଛି। ଅନ୍ୟପଟେ ଆକ୍ରାନ୍ତ ଅନ୍ତେବାସୀମାନେ ଏବେ ସୁସ୍ଥ ଅନୁଭବ କରୁଥିବା ମଧ୍ୟ ସେ କହିଛନ୍ତି ।
ସୂଚନା ଯୋଗ୍ୟ, ପୂର୍ବରୁ ବ୍ରହ୍ମପୁର ମଣ୍ଡଳକାରାଗାରର ଜେଲର ସମେତ ୯ ଜଣ କର୍ମଚାରୀ ଓ ୩୫ ଜଣ ବିଚାରାଧୀନ ବନ୍ଦୀଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଥିଲା । ସେହିପରି ବ୍ରହ୍ମପୁରରେ ଥିବା ଏହି ସ୍ବତନ୍ତ୍ର ଆବାସ ଗୃହରେ ରାଜ୍ୟର ୧୨ଟି ଜିଲାର ବାଳ ଅପରାଧୀ ସ୍ଥାନାନ୍ତର ହୋଇ ଏଠାରେ ରହିଥାନ୍ତି । ଆଜିର ଏହି ଘଟଣା ପରେ ଜେଲରେ ତଥା ସ୍ବତନ୍ତ୍ର ଆବାସ ଗୃହରେ ରହୁଥିବା ଅପରାଧୀମାନେ ଅସୁରକ୍ଷିତ ଥିବା ସ୍ପଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବିତ, ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri