ଆଇପିଏଲରେ ପୁଣି କରୋନା ଭୟ: କ୍ୱାରାଣ୍ଟାଇନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ

ମୁମ୍ବାଇ,୧୮।୪:ଆଇପିଏଲ୍‌ର ୧୫ତମ ସିଜିନ୍‌ରେ ମଧ୍ୟ କରୋନା ଏଣ୍ଟ୍ରି କରିଛି। ନିକଟରେ ଦିଲ୍ଲୀ କ୍ୟାପିଟାଲ୍ସ ଫିଜିଓ ପ୍ୟାଟ୍ରିକ ଫରହାର୍ଟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ତାଙ୍କ ପରେ ଏବେ ଆଉ ଜଣେ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ଏବେ ପୂରା ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦିଲ୍ଲୀର ଆଗାମୀ ମ୍ୟାଚ୍‌ ପୁଣେରେ ଅଛି। ଏଥିପାଇଁ ଦଳକୁ ଷ୍ଟାଡିୟମ୍‌ ଯିବାର ଥିଲା। କିନ୍ତୁ ଖେଳାଳିଙ୍କୁ ହୋଟେଲ୍‌ରେ ହିଁ ରଖାଯାଇଛି। ଏବେ ୨ ଦିନ ଧରି ସମସ୍ତଙ୍କ ଖେଳାଳିଙ୍କ କରୋନା ଟେଷ୍ଟ କରାଯିବ। ଏହାପରେ ହିଁ ଅଗାମୀ ନିଷ୍ପତ୍ତି ନିଆଯିବ।
ସୂଚନାଯୋଗ୍ୟ, ରିଷଭ ପନ୍ତଙ୍କ ଅଧିନାୟକତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ପରବର୍ତ୍ତୀ ମ୍ୟାଚ ପଞ୍ଜାବ କିଙ୍ଗସ (ପିବିକେଏସ) ବିପକ୍ଷରେ ଖେଳିବାକୁ ପଡିବ। ଏହି ମ୍ୟାଚ୍‌ ଏପ୍ରିଲ ୨୦ରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ୍‌ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଦିଲ୍ଲୀ ଦଳ ଏପ୍ରିଲ ୧୮ରେ ପୁଣେ ଅଭିମୁଖେ ଯିବାକୁ ଥିଲା, କିନ୍ତୁ ଦଳ ନିଜେ ମୁମ୍ବାଇର ହୋଟେଲରେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?