୨ ବର୍ଷ ପରେ ଉତ୍ତର କୋରିଆରେ କରୋନା, ଲକ୍‌ଡାଉନ୍‌ ଘୋଷଣା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ, ୧୨।୫ : କରୋନା ମହାମାରୀ ଆରମ୍ଭ ହେବାର ଦୁଇ ବର୍ଷ ପରେ ଉତ୍ତର କୋରିଆରେ ପ୍ରଥମ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପରେ ଉତ୍ତର କୋରିଆ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଗୁରୁବାର ଠାରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।

କିମ ଏହାକୁ ଏକ ଜାତୀୟ ଜରୁରୀକାଳୀନ ପରିସ୍ଥିତି ବୋଲି କହିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ କିମ୍‌ କରୋନା କଟକଣାକୁ ସର୍ବାଧିକସ୍ତରକୁ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ଆରମ୍ଭ ହେବାର ଦୁଇ ବର୍ଷ ପରେ ପ୍ରଥମ କରୋନା ସଂକ୍ରମିତ ହୋଇଥିବାରୁ ଦେଶରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି।

କୋରିଆ ସେଣ୍ଟ୍ରାଲ ନ୍ୟୁଜ ଏଜେନ୍ସି କହିଛି ଯେ ଗୁରୁବାର ଦିନ ରାଜଧାନୀ ପ୍ୟୋଙ୍ଗୟାଙ୍ଗରେ କିଛି ଲୋକଙ୍କର କୋଭିଡ ପରୀକ୍ଷା କରାଯାଇଥିଲା। ଏଥିରେ ଜଣେ ବ୍ୟକ୍ତି କରୋନାର ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କୁ ଆଇସୋଲେଶନରେ ରଖା ଯାଇଛି।

ଦେଶରେ ଆବଶ୍ୟକ ସତର୍କତା ଅବଲମ୍ବନ କରାଯାଉଛି। ଏହା ସହିତ ଅନିର୍ଦ୍ଦିଷ୍ଟ କାଳ ପାଇଁ ଲକଡାଉନ ଲାଗୁ କରାଯାଇଛି।
ନ୍ୟୁଜ୍‌ ଏଜେନ୍ସି କହିଛି ଯେ କରୋନା ମାମଲା ସାମ୍ନାକୁ ଆସିବା ପରେ କିମ ଜୋଙ୍ଗ ଉନ ଶାସକ କୋରିଆ ୱାର୍କର୍ସ ପାର୍ଟି ପଲିଟବୁରୋର ଏକ ବୈଠକ ଡାକିଥିଲେ। ଯେଉଁଠାରେ ସଦସ୍ୟମାନେ ଏହାର ଆଣ୍ଟି-ଭାଇରସ ପଦକ୍ଷେପ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲେ।

ବୈଠକ ସମୟରେ କିମ ଜୋଙ୍ଗ ଉନ କରୋନା ସଂକ୍ରମଣକୁ ସ୍ଥିର କରିବା ଏବଂ ସଂକ୍ରମଣର ଉତ୍ସକୁ ଯଥାଶୀଘ୍ର ଦୂର କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମହାମାରୀ ଆରମ୍ଭରେ, ଯେଉଁ ସମୟରେ ସମସ୍ତ ଦେଶ କରୋନା ବିରୋଧରେ ଲଢୁଥିଲେ। ସେତେବେଳେ ଉତ୍ତର କୋରିଆ ଶୂନ କୋଭିଡ ମାମଲା ହୋଇଥିବା ଏକ ଆଶ୍ଚର୍ଯ୍ୟଜନକ ଦାବି କରିଥିଲା। କରୋନା ସଂକ୍ରମଣକୁ ରୋକିବା ପାଇଁ ଉତ୍ତର କୋରିଆ ନିଜ ଉପରେ ପ୍ରତିବନ୍ଧକ ଲଗାଇଲା, ଯାହା ପରେ ସେଠାରେ ଖାଦ୍ୟ ସାମଗ୍ରୀର ଅଭାବ ସୃଷ୍ଟି ହୋଇଥିଲା। ଜାନୁଆରୀ ୨୦୨୦ରେ, ଉତ୍ତର କୋରିଆ ପ୍ରାୟ ଦୁଇ ବର୍ଷ ଧରି ଚାଇନା ସମେତ ଅନ୍ୟ ଦେଶଗୁଡ଼ିକ ସହିତ ଏହାର ସମସ୍ତ ସୀମା ବନ୍ଦ କରିଦେଇଥିଲା।

ଗତ ବର୍ଷ ଏପ୍ରିଲରେ ଉତ୍ତର କୋରିଆ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କହିଥିଲା ଯେ ୨୫,୯୮୬ ଲୋକଙ୍କ କୋଭିଡ ପରୀକ୍ଷା କରାଯାଇଥିଲା। ଏଥିରେ ସଂକ୍ରମଣର ଗୋଟିଏ ବି ମାମଲା ମିଳିଲା ନାହିଁ। ତେବେ ଉତ୍ତର କୋରିଆର ଏହି ଦାବିକୁ ବିଶ୍ୱାସ କରିବା କଷ୍ଟକର ଥିଲା। ବିଶେଷଜ୍ଞମାନେ କହିଥିଲେ ଯେ କଠୋର ନୀତି ଯୋଗୁ ଉତ୍ତର କୋରିଆରୁ ସଠିକ ସୂଚନା ପାଇବା ଅସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri