ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା ପାଳନ କରାଯାଉ ନ ଥିବା ଦେଖାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲା ପ୍ରଶାସନକୁ ଦିଆଯାଉଥିବା ସଂକ୍ରମିତଙ୍କ ତାଲିକା ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେବଳ ଏହି ତାଲିକା ନୁହେଁ ଜିଲାପାଳଙ୍କ ଅଫିସ କିମ୍ବା ଆବାସିକ କାର୍ଯ୍ୟାଳୟରୁ ବାହାରୁଥିବା ବିଭିନ୍ନ ଅର୍ଡର ଜିଲାର ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଜାଣିବା ପୂର୍ବରୁ ସୋସିଆଲ ମିଡିଆକୁ ଚାଲିଯାଉଛି। କେଉଁ ଉଦ୍ଦେଶ୍ୟରେ ସରକାରୀ ନିର୍ଦ୍ଦେଶନାମାର ଏପରି ଉଲ୍ଲଂଘନ କରାଯାଉଛି ତାହା ଜଣାପଡ଼ୁ ନ ଥିବା ବେଳେ କାର୍ଯ୍ୟାଳୟର ଅଧିକାରୀମାନଙ୍କ ମଧ୍ୟରେ ଯେ ତାଳମେଳ ନାହିଁ ତାହା ଏଥିରୁ ସ୍ପଷ୍ଟ ହେଉଥିବା ଚର୍ଚ୍ଚା ହେଉଛି।
ଅନୁଗୋଳରୁ ପ୍ରଥମ କରି ବାହାରିଥିବା କରୋନା ସଂକ୍ରମିତଙ୍କ ତାଲିକା ସୋସିଆଲ ମିଡିଆରେ ଘୂରି ବୁଲିଲା। ଏ ନେଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବା ପରେ ଥାନାରେ ଏତଲା ଦିଆଯାଇଥିଲା। କିନ୍ତୁ କିଏ ଭାଇରାଲ କଲା ତାହାର ପ୍ରମାଣ ନ ପାଇବାରୁ ପୋଲିସ ମାମଲାକୁ ବନ୍ଦ କରିଦେଲା। ଗତ ୫ ତାରିଖରେ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥା ଉଦ୍ଦେଶ୍ୟରେ ଜିଲାପାଳଙ୍କ ନିର୍ଦ୍ଦେଶନାମା ମଧ୍ୟ ସାମାଜିକ ଗଣମାଧ୍ୟମରେ ଦେଖାଯାଇଥିଲା। ଏକ ଶିଳ୍ପସଂସ୍ଥାରେ କାର୍ଯ୍ୟରତ କେତେଜଣ କର୍ମଚାରୀଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାହାର ତାଲିକା ଗତ ୭ ତାରିଖରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପଛରେ କାହାର ହାତ ଅଛି ତାହା ଜଣାପଡ଼ୁ ନାହିଁ। ଜିଲାପାଳ ମନୋଜ କୁମାର ମହାନ୍ତି ଏ ନେଇ କାହିଁକି କଡ଼ା ପଦକ୍ଷେପ ଗ୍ରହଣ କରୁନାହାନ୍ତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଜିଲାପାଳ କହିଛନ୍ତି, ଘଟଣା ନଜରକୁ ଆସିଛି। ସରକାରୀ ତଥ୍ୟ ଯେପରି ଭାଇରାଲ ନ ହେବ ସେଥିପାଇଁ ଗ୍ରୁପ୍‌ରେ ମେସେଜ ଦିଆଯାଉଛି। ଭବିଷ୍ୟତରେ ଏପରି କରି କେହି ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri