ସୁସ୍ଥ ହୋଇଥିବା କରୋନା ସଂକ୍ରମିତ ୩ ମାସ ପରେ ପୁଣି ହୋଇପାରନ୍ତି ସଂକ୍ରମିତ!

ନ୍ୟୁୟର୍କ,୧୫।୮: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ଏବେ ବିଶ୍ୱର କୋଟି କୋଟି ଲୋକଙ୍କୁ ତା କବଳକୁ ନେଇ ସାରିଲାଣି। ଏହି ସଂକ୍ରମଣକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ଖବର, ନୂଆ ଗବେଷଣା ସାମ୍ନାକୁ ଆସୁଛି। ଏବେ ଯେଉଁମାନେ ଏହି ଭାଇରସ ଦ୍ୱାରା ସଂକ୍ରମିତ ହେଉଛନ୍ତି ସେମାନଙ୍କ ମନରେ ବିଭିନ୍ନ ପ୍ରକାର ଭୟ ସୃଷ୍ଟି ହେଉଛି। ତେବେ କରୋନା ଭାଇରସରେ ପୀଡ଼ିତ ହେବା ପରେ ଯେଉଁମାନେ ସୁସ୍ଥ ହୋଇଯାଉଛନ୍ତି ଏବେ ସେମାନଙ୍କ ମନରେ ପ୍ରଶ୍ନ ଉଠୁଛି କି ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ନା ପୁଣିଥରେ କରୋନା ଭାଇରସ ତାଙ୍କୁ ସଂକ୍ରମିତ କରିବ। ଏହାକୁ ନେଇ ବୈଜ୍ଞାନିକମାନେ କହିଛନ୍ତି, ଯେଉଁ ବ୍ୟକ୍ତି ଥରେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି ତାଙ୍କ ଦେହରେ ଆଣ୍ଟିବଡି ପ୍ରସ୍ତୁତ ହୋଇଥାଏ। ଯାହାଫଳରେ ସଂକ୍ରମିତ ରୋଗୀଙ୍କ ନିକଟରେ କିଛି ମାସ ପର୍ଯ୍ୟନ୍ତ କରୋନା ହେବାର ଆଶଙ୍କା କମ୍‌ ଥାଏ। ହାଓ୍ବାର୍ଡ ବିଶ୍ୱବିଦ୍ୟାଳୟର ଇମ୍ୟୁନୋଲୋଜିଷ୍ଟ ଡା. ମାଇକେଲ ମିନା କହିଛନ୍ତି, ସଂକ୍ରମିତ ବ୍ୟକ୍ତିଙ୍କ ଶରୀରରେ ଇମ୍ୟୁନୋ ମଲିକ୍ୟୁଲ ତିଆରି ହୋଇଥାଏ, ଯାହାକୁ ଆଣ୍ଟିବଡି କୁହାଯାଏ। ବିଶେଷଜ୍ଞଙ୍କ କହିବା କଥା ହେଲା ଆଣ୍ଟିବଡି କେହି କେହି ସଂକ୍ରମିତଙ୍କ ଶରୀରରେ ୨/୩ ମାସ ରହିଥାଏ। ବୈଜ୍ଞାନିକ ତଥା ବିଶେଷଜ୍ଞଙ୍କ କହିବା କଥା ହେଲା ଜଣେ କରୋନା ସଂକ୍ରମିତ ବ୍ୟକ୍ତି ପୁଣିଥରେ କରୋନାରେ ସଂକ୍ରମିତ ହେବା ସମ୍ଭାବନା କମ୍‌ ରହିଥାଏ। କିନ୍ତୁ ଏବେ ସବୁଠାରୁ ବଡ ପ୍ରଶ୍ନ ହେଲା ଯେଉଁମାନେ ସଂକ୍ରମଣ ପରେ ସୁସ୍ଥ ହେଉଛନ୍ତି ସେମାନେ ପୁଣିଥରେ କେମିତି ସଂକ୍ରମିତ ହେଉଛନ୍ତି। ଏହାର ଉତ୍ତରରେ ବୈଜ୍ଞାନିକମାନେ କହିଛନ୍ତି ଯେଉଁମାନେ ଖୁବ୍‌ଶୀଘ୍ର ପୁଣିଥରେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେଉଛନ୍ତି ସେମାନେ ପ୍ରକୃତରେ ପ୍ରଥମ ସଂକ୍ରମଣରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri