ହସ୍ପିଟାଲ ଝରକା ଭାଙ୍ଗି ପଳାଇଲେ କରୋନା ଆକ୍ରାନ୍ତ ହତ୍ୟା ଅଭିଯୁକ୍ତ

ଅମ୍ବାଲ, ୨୫।୮: ଏକ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। କିନ୍ତୁ ଚିକିତ୍ସିତ ଅବସ୍ଥାରେ ଆଇସୋଲେସନ ଓ୍ବାର୍ଡର ଝରକା ଭାଙ୍ଗି ଅଭିଯୁକ୍ତଜଣଙ୍କ ଫେରାର୍‌ ହୋଇଯାଇଛନ୍ତି। ଏଭଳି ଏକ ଘଟଣା ହରିୟାଣା ଅମ୍ବାଲସ୍ଥିତ ଏକ ଡାକ୍ତରଖାନାରେ ଘଟିଛି। ଏହି ଘଟଣାରେ ପୋଲିସ ପକ୍ଷରୁ କୁହାଯାଇଛି, ରୋହତକ୍‌ର ଲକି କୁମାର ଏକ ହତ୍ୟାକାଣ୍ଡ ମାମଲାରେ ଅଗଷ୍ଟ ୭ରେ ଗିରଫ ହୋଇଥିଲେ। ଏହାପରେ କୋର୍ଟ ତାଙ୍କୁ ଅମ୍ବାଲ କେନ୍ଦ୍ରୀୟ କାରାଗାରକୁ ନ୍ୟାୟିକ ହେପାଜତରେ ପଠାଇ ଦେଇଥିଲେ। ଜେଲରେ ଥିବା ଅବସ୍ଥାରେ ଲକିଙ୍କ କରୋନା ଟେଷ୍ଟ କରାଯାଇଥିଲ। ଯାହାର ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅନ୍ୟ ସଂକ୍ରମିତ କଏଦୀଙ୍କ ସହ ଲକିଙ୍କୁ ସ୍ବତନ୍ତ୍ର ଆଇସୋଲେସନ ଓ୍ବାର୍ଡରେ ପୋଲିସ ହେପାଜତରେ ରଖାଯାଇଥିଲା। କିନ୍ତୁ ହସ୍ପିଟାଲ ପକ୍ଷରୁ ପୋଲିସକୁ ଖବର ଦିଆଯାଇଥିଲା କି ଲକି ତାଙ୍କ ବେଡ୍‌ରୁ ଗାୟବ ହୋଇଯାଇଛନ୍ତି। ଓ୍ବାର୍ଡର ଝରକା ଗ୍ରିଲ ଭାଙ୍ଗି ଲକି ଫେରାର୍‌ ହୋଇଯାଇଥିବା ପୋଲିସ ଜାଣିବାକୁ ପାଇଛି। ପୋଲିସକୁ କିନ୍ତୁ ଲକିର କୌଣସି ସନ୍ଧାନ ମିଳି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri