ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାର ୫୨୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୧୬, ବରଗଡ଼ରୁ ୧, ଭଦ୍ରକରୁ ୬, ବଲାଙ୍ଗୀରରୁ ୧, କଟକରୁ ୩୬, ବୌଦ୍ଧରୁ ୫, ଢେଙ୍କାନାଳରୁ ୪, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୧୩, ଯାଜପୁରରୁ ୮, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୨, ମୟୂରଭଞ୍ଜରୁ ୧୦ ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬, ପୁରୀରୁ ୫, ରାୟଗଡ଼ା ୧୩, ସମ୍ବଲପୁରରୁ ୧୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮, ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୬ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri