ଗଣେଶ ପୂଜା ପରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସ୍ବାସ୍ଥ୍ୟ ଅଧିକାରୀଙ୍କ ସତର୍କ ସୂଚନା…

ମୁମ୍ବାଇ,୧୨।୯: ଗଣେଶ ପୂଜା ପରେ ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସର୍ଭେଲାନ୍ସ୍‌ ଅଧିକାରୀ ଡ.ପରାଦୀପ୍‌ ଆଓ୍ବଟେ ଚେତାବନୀ ଦେଇଛନ୍ତି। କେରଳରେ ଓନାମ ପର୍ବ ପରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ଏହାର ପୁନରାବୃତ୍ତି ମହାରାଷ୍ଟ୍ରରେ ହେବାର ଆଶଙ୍କା ରହିଥିବା ନେଇ ସେ ସତର୍କ ସୂଚନା ଜାରି କରିଛନ୍ତି।

ଗଣେଶ ପୂଜାରେ ଭିଡ଼ ଜମିବା ସହ ଲୋକେ କରୋନା ମାର୍ଗଦର୍ଶିକା ପାଳନ କରି ନାହାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଜିଲାକୁ ପରାମର୍ଶ ଜାରି କରିଛନ୍ତି ଏବଂ ପାଞ୍ଚଟି ଜିଲାକୁ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି। ଶୀଘ୍ର ନମୁନା ପରୀକ୍ଷା ସହିତ ଆକ୍ରାନ୍ତଙ୍କୁ ଆଇସୋଲେଶନରେ ରଖି ଆବଶ୍ୟକ ଔଷଧ ପ୍ରଦାନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ବୋଲି ସେ କହିଛନ୍ତି।

ଗତ ସାତ ଦିନ ମଧ୍ୟରେ ରାଜ୍ୟରେ ପଜିଟିଭିଟି ହାର ୨.୬୭ ପ୍ରତିଶତ ରହିଛି। କିନ୍ତୁ ଆଠଟି ଜିଲାରେ ବୃଦ୍ଧିି ପାଉଥିବା ସଂକ୍ରମଣକୁ ନେଇ ଅଧିକାରୀମାନେ ଚିନ୍ତିତ ଅଛନ୍ତି। ଡ .ଇଶ୍ୱର ଗିଲାଡା ପରିସ୍ଥିତିକୁ ଅତ୍ୟନ୍ତ ଦ୍ୱନ୍ଦ୍ୱପୂର୍ଣ୍ଣ ବୋଲି କହିିଛନ୍ତି। ସଂକ୍ରମଣ ବଢ଼ିବା ସହିତ ଟିକାକରଣ ଅଭିଯାନ ମଧ୍ୟ ନିରନ୍ତର ଚାଲୁ ନ ଥିବାରୁ ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ ଗୋଟିଏ ପଟେ ସରକାର ଗଣେଶ ପର୍ବକୁ ପୃଥକ ଭାବରେ ପାଳନ କରିବାକୁ କହୁଥିବା ବେଳେ ଅନ୍ୟପକ୍ଷରେ ହଜାର ହଜାର ବସରେ ଲୋକଙ୍କୁ କୋଙ୍କଣ ଅଞ୍ଚଳକୁ ନେବାକୁ ପ୍ରସ୍ତୁତ ରହିଛନ୍ତି। ଏପରି ପରିସ୍ଥିତିରେ କିପରି ମହାମାରୀକୁ ନିୟନ୍ତ୍ରଣ କରିହେବ ବୋଲି ସେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri