କରୋନା ସଂକ୍ରମଣ: ହରିୟାଣା-କେରଳ-ପୁଡୁଚେରୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…

ନୂଆଦିଲ୍ଲୀ,୯।୪ : ପୁଣିଥରେ ଦେଶରେ କରୋନା ମାମଲାରେ ବୃଦ୍ଧି ଘଟିଛି। ପ୍ରତିଦିନ ପାଞ୍ଚରୁ ଛଅ ହଜାର ଲୋକ ସଂକ୍ରମିତ ହେଉଥିବା ଜଣାପଡିଛି। ମୃତ୍ୟୁସଂଖ୍ୟା ମଧ୍ୟ ଯଥେଷ୍ଟ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟ ସରକାର ପୁଣି ଥରେ କଠୋର ନିୟମ ଘୋଷଣା କରୁଛନ୍ତି। ଚଳିତ ସପ୍ତାହରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିବା ପରେ ରାଜ୍ୟମାନଙ୍କୁ ସତର୍କ ରହିବାକୁ କହିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟ ଏପ୍ରିଲ ୧୦ ଏବଂ ୧୧ ରେ ଦେଶର ଡାକ୍ତରଖାନାଗୁଡ଼ିକରେ ପ୍ରସ୍ତୁତିର ଆକଳନ କରିବାକୁ ମକ ଡ୍ରିଲ କରିବାକୁ ଘୋଷଣା କରିଛି।

ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ହରିୟାଣା, କେରଳ ଏବଂ ପୁଡୁଚେରୀ ସରକାର ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି। ହରିୟାଣା ସରକାରଙ୍କ ଅନୁଯାୟୀ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। କରୋନା ରୋକିବା ପାଇଁ ଆବଶ୍ୟକ ନିୟମ ମାନିବାକୁ ସରକାର ସାଧାରଣ ଲୋକଙ୍କୁ ନିବେଦନ କରିଛନ୍ତି। ଏହାକୁ ତଦାରଖ କରିବାକୁ ସରକାର ଜିଲା ଓ ପଞ୍ଚାୟତ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥି ସହିତ ଗର୍ଭବତୀ ମହିଳା, ବରିଷ୍ଠନାଗରିକ ଏବଂ ଶାରୀରିକ ସମସ୍ୟାରେ ପୀଡିତ ବ୍ୟକ୍ତିଙ୍କ ପାଇଁ କେରଳ ସରକାର ମଧ୍ୟ ମାସ୍କ ବାଧ୍ୟତାମୂଳକ କରିଛନ୍ତି। ରାଜ୍ୟରେ କରୋନା ସ୍ଥିତିର ଆକଳନ କରିବା ପାଇଁ ଏକ ଉଚ୍ଚ ସ୍ତରୀୟ ବୈଠକ କରିବା ପରେ କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଭେନା ଜର୍ଜ କହିଛନ୍ତି ଯେ କୋଭିଡ ସମ୍ବନ୍ଧୀୟ ଅଧିକାଂଶ ମୃତ୍ୟୁ ୬୦ ବର୍ଷରୁ ଅଧିକ ବୟସରେ ଏବଂ ମଧୁମେହ ଭଳି ସମସ୍ୟାରେ ପୀଡିତଙ୍କ କ୍ଷେତ୍ରରେ ଦେଖାଯାଉଛି। ଅମ୍ଳଜାନର ଉପଲବ୍ଧତା ନିଶ୍ଚିତ କରିବାକୁ ଜର୍ଜ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଖୁବ ଶୀଘ୍ର ଘରୋଇ ଡାକ୍ତରଖାନାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହେବ ବୋଲି କହିଛନ୍ତି।

ଏହା ବ୍ୟତୀତ ପୁଡୁଚେରୀ ପ୍ରଶାସନ ମଧ୍ୟ କଡା ପଦକ୍ଷେପ ଆରମ୍ଭ କରିଛି। ପୁଡୁଚେରୀ ପ୍ରଶାସନ ତୁରନ୍ତ ପ୍ରଭାବ ସହିତ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ଏକ ବିବୃତ୍ତିରେ ପ୍ରଶାସନ କହିଛି ଯେ ଡାକ୍ତରଖାନା, ହୋଟେଲ, ରେଷ୍ଟୁରାଣ୍ଟ, ମଦ ଦୋକାନ, ଆତିଥ୍ୟତା ପ୍ରଦାନ କାରୀ ସଂସ୍ଥା, ମନୋରଞ୍ଜନ କ୍ଷେତ୍ର, ସରକାରୀ କାର୍ଯ୍ୟାଳୟ ଏବଂ ବାଣିଜି୍ୟକ ପ୍ରତିଷ୍ଠାନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri