ଟଳିନି ବିପଦ, ଦେଶର ୧୪୧ ଜିଲାରେ ଏବେବି କରୋନା ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ,୧୧ ।୨: କରୋନା ସଂକ୍ରମଣକୁ ନେଇ ଏବେ ରାଷ୍ଟ୍ରୀୟ ସ୍ତରରେ ଏକ ଚିତ୍ର ସାମ୍ନାକୁ ଆସିଛି । ଗୋଟିଏ ପଟେ ଯେଉଁଠି ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି ଅନ୍ୟପଟେ ଦେଶର ୧୪୧ ଜିଲାରେ ଏବେବି ୧୦ ପ୍ରତିଶତରୁ ଅଧିକ ସଂକ୍ରମଣ ରହିଛି । କେବଳ ସେତିକି ନୁହେଁ ୧୦ ଜିଲାରେ ପ୍ରତିଦିନ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । କେରଳ ସମେତ ଆଉ କିଛି ରାଜ୍ୟରେ ପରିସ୍ଥିତି ଚିନ୍ତାଜନକ ରହିଛି । ଅନ୍ୟପଟେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ବି କମ୍ ହେଉନି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ଗୁରୁବାର ସୂଚନା ଦେଇ କହିଛନ୍ତି କି ୧୪୧ ଜିଲାରେ କରୋନାର ସାପ୍ତାହିକ ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ ରହିଛି । ୧୬୦ ଜିଲାରେ ଏବେବି ସଂକ୍ରମଣ ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି । କେରଳ, ମହାରାଷ୍ଟ୍ର, ତାମିଲନାଡୁ ଓ କର୍ନାଟକରେ ଏବେବି ସକ୍ରିୟ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେବି ଆମେ କରୋନା ନିୟମ ମାନିବା ସହ ସତର୍କ ରହିବା ଜରୁରୀ ବୋଲି ସେ କହିଛନ୍ତି । ସେହିପରି କରୋନା ସଂକ୍ରମଣକୁ ନେଇ ମିଜୋରାମ, ହିମାଚଳ ପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମର ସ୍ଥିତି ଚିନ୍ତାଜନକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri