ପୁଣି ଫେରୁଛି କରୋନା…

ନୂଆଦିଲ୍ଲୀ, ୨୫।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୪୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ମଧ୍ୟ ବଢ଼ିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୬ ହଜାର ଟପିଛି। ଏହା ୧୬ ହଜାର ୫୨୨ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୮୬୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୨ ହଜାର ୨୨୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୬୦ ହଜାର ୮୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୨୧ ହଜାର ୩୪୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୦୮୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୪୧୭ ଜଣ, କେରଳରେ ୨୮୧ ଜଣ, ଉତ୍ତରପ୍ରଦେଶରେ ୨୧୨ ଜଣ, ମହାରାଷ୍ଟ୍ରରେ ୧୪୪ ଏବଂ ମଜୋରାମ୍‌ରେ ୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୭ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri