କରୋନାକୁ ଏବେ ଭୟ ନାହିଁ: ବଜାରକୁ ଆସିବ ସେଫ୍ଟି ଗଗଲ୍ସ

ଚଣ୍ଡିଗଡ଼, ୨୮।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏବେ ଆଉ କରୋନାକୁ ଭୟ ନାହିଁ। ବଜାରରେ ଖୁବ୍‌ ଶୀଘ୍ର ବିକଶିତ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ସେଫ୍ଟି ଗଗଲ୍ସ ମିଳିବାକୁ ଯାଉଛି। ଲଏହାକୁ ପିନ୍ଧିଲେ କରୋନା ସଂକ୍ରମଣର ଭୟ ରହିବ ନାହିଁ। ଚଣ୍ଡିଗଡ଼ର କେନ୍ଦ୍ରୀୟ ବୈଜ୍ଞାନିକ ଉପକରଣ ସଂଗଠନ(ସିଏସ୍‌ଆଇଓ) ପକ୍ଷରୁ ଏହି ସେଫ୍ଟି ଗଗଲ୍ସ ନିର୍ମିତ ହୋଇଛି। ଏହା ହେଲଥ୍‌ କେୟାର ପ୍ରଫେଶନାଲ୍‌ ଏବଂ ପ୍ରଣ୍ଟ୍‌ ଲାଇନ୍‌ ଓ୍ବାର୍କରଙ୍କ ପାଇଁ ବେଶ୍‌ ଉପଯୋଗୀ ହେବ ବୋଲି ସିଏସ୍‌ଆଇଓ କହିଛି। କରୋନ ସଂକ୍ରମଣ ନାକ, ଆଖି ଏବଂ ମୁହଁ ଦ୍ୱାରା ହେବାର ଆଶଙ୍କା ରହିଥାଏ। ଏହି ସେଫ୍ଟି ଗଗଲ୍ସ ବ୍ୟବହାର କଲେ ଏଭଳି ଆଶଙ୍କା ଦୂର ହୋଇପାରିବ। ସିଏସ୍‌ଆଇଓ ପକ୍ଷରୁ ଏହା ନିର୍ମାଣ ଦାୟିତ୍ୱ ଚଣ୍ଡିଗଡ଼ର ସାର୍କ ଇଣ୍ଡଷ୍ଟ୍ରିଜ୍‌କୁ ଦିଆଯାଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୧୦ ହଜାର ସେଫ୍ଟି ଗଗଲ୍ସ ନିର୍ମିତ ହୋଇ ବଜାରକୁ ଆସିବ। ଏହାର ଦାମ୍‌ ୩୫୦ରୁ ୪୦୦ ଟଙ୍କା ରହିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri