ଶେଷ ହୋଇନି କରୋନା, ମାସ୍କ ଜରୁରୀ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୨୧।୧୨ : ଭାରତ ଯୋଡୋ ଯାତ୍ରାର ସମାପ୍ତି ବିଷୟରେ ଚିଠି ନେଇ ଆରୋପ ପ୍ରତ୍ୟାରୋପ ପ୍ରକାଶ ପାଇବା ପରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କରୋନା ମହାମାରୀ ସମ୍ପର୍କରେ ଏକ ଟୁଇଟ କରିଛନ୍ତି। ସେ କହିଛନ୍ତି ଯେ ଆଜି ସେ ଏହି ବିଷୟରେ ଅଧିକାରୀ ଏବଂ ବିଶେଷଜଜ୍ଞମାନଙ୍କ ସହିତ ସାକ୍ଷାତ କରିଥିଲେ। ବୈଠକରେ ଅନେକ ନିଷ୍ପତ୍ତି ନିଆଯାଇଛି।

କରୋନା ଶେଷ ହୋଇନାହିଁ। ତେଣୁ ମୁଁ ସମସ୍ତଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ଏବଂ ନିରନ୍ତର ତଦାରଖ ବୃଦ୍ଧି ପାଇଁ କାର୍ଯ୍ୟ କରୁଛି। କୌ ଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ତେବେ ମାସ୍କ ପିନ୍ଧିବା ଜରୁରୀ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଏହି ବୈଠକ ପରେ ନୀତି ଆୟୋଗ ସଦସ୍ୟ ଭି.କେ ପାଲ କରୋନା ବିଷୟରେ ସୂଚନା ଦେବାବେଳେ କହିଛନ୍ତି ଯେ କେବଳ ୨୭ରୁ ୨୮ ପ୍ରତିଶତ ଲୋକ ପ୍ରତିଷେଧକ ଟିକା ଗ୍ରହଣ କରିଛନ୍ତି। ସତର୍କତାମୂଳକ ପଦକ୍ଷେପ ନେବାକୁ ଆମେ ଅନ୍ୟମାନଙ୍କୁ, ବିଶେଷକରି ବରିଷ୍ଠ ନାଗରିକମାନଙ୍କୁ ନିବେଦନ କରୁଛୁ। ବୁଷ୍ଟର ଡୋଜ ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ ଏବଂ ବାଧ୍ୟତାମୂଳକ।

ବୈଠକରେ ଅନ୍ତର୍ଜାତୀୟ ତଥା ଘରୋଇ ବିମାନବନ୍ଦରରେ ତଦାରଖ ବୃଦ୍ଧି କରିବାକୁ ଆଲୋଚନା ହୋଇଥିଲା। ବିଦେଶରୁ ଆସୁଥିବା ଲୋକଙ୍କୁ କଡା ଯାଞ୍ଚ କରିବା ଏବଂ ନୂତନ ଭାରିଆଣ୍ଟର ଚିହ୍ନଟ ପାଇଁ ସମସ୍ତ ପ୍ରକାର ସୁବିଧା ଯୋଗାଇବା ପାଇଁ ମଧ୍ୟ କୁହାଯାଇଥିଲା। ବୈଠକରେ ଏହା ମଧ୍ୟ ଜୋର ଦିଆଯାଇଥିଲା ଯେ ନୂତନ ବର୍ଷ ପାଳନ କରିବାକୁ ବିଦେଶରୁ ଫେରୁଥିବା ଭାରତୀୟଙ୍କ ପାଇଁ ଏକ ପ୍ରୋଟୋକଲ ପ୍ରସ୍ତୁତ କରାଯିବା ଉଚିତ। ଯଦି କରୋନା ପରି ଲକ୍ଷଣ ଦେଖାଯାଏ, ତେବେ ସେମାନଙ୍କର ନମୁନାକୁ ତୁରନ୍ତ ଜିନୋମ କ୍ରମ ପାଇଁ ପଠାଇବା ଉଚିତ ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri