ପ୍ରତି ମିନିଟରେ ଜଣଙ୍କ ମୁଣ୍ଡ ନେଉଛି କରୋନା

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଲଗାତାର ୧୨ ଦିନ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ପ୍ରତି ମିନିଟରେ ଦେଶରେ କରୋନା ଜଣଙ୍କର ମୁଣ୍ଡ ନେଉଛି। ସେପ୍ଟେମ୍ବର ୧୧ଠାରୁ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ସଂକ୍ରମଣ ତୀବ୍ରବେଗରେ ବ୍ୟାପୁଥିତ୍ବାରୁ ସରକାରଙ୍କ ଚିନ୍ତା ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୨ ହଜାର ୭୧ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୧୩୬ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୮ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୯ହଜାର ୭୨୨ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୭ ଲକ୍ଷ ୮୦ହଜାର ୧୦୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯ ଲକ୍ଷ ୮୬ ହଜାର ୫୯୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଶନିବାର ୯ ଲକ୍ଷ ୭୮ ହଜାର ୫୦୦ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ସେହିପରି ସେପ୍ଟେମ୍ବର ୧୩ ସୁଦ୍ଧା ଦେଶରେ ୫ କୋଟି ୭୨ ଲକ୍ଷ ୩୯ ହଜାର ୪୨୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri