କରୋନା ଚତୁର୍ଥ ଡୋଜ୍‌ ସରକାରୀ ଯୋଜନାର କାର୍ଯ୍ୟସୂଚୀରେ ନାହିିଁ…

ନୂଆଦିଲ୍ଲୀ,୩।୧ : ବିଶ୍ୱର ଅନେକ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଭାରତରେ କରୋନା ଟିକାର ଦ୍ୱିତୀୟ ବୁଷ୍ଟର ଡୋଜ ଅର୍ଥାତ୍‌ ଚତୁର୍ଥ ଡୋଜ ବିଷୟରେ ଆଲୋଚନା ହେଉଛି। ଏହି ସମୟରେ ସରକାରୀ ସୂତ୍ରରୁ ପ୍ରକାଶ ଯେ କରୋନା ଟିକାର ଦ୍ୱିତୀୟ ବୁଷ୍ଟର ଡୋଜର ଆବଶ୍ୟକତା ସମ୍ପର୍କିତ ଯୋଜନା ଏପର୍ଯ୍ୟନ୍ତ ସରକାରଙ୍କ କାର୍ଯ୍ୟସୂଚୀରେ ନାହିଁ। କରୋନା ଟିକାର ଚତୁର୍ଥ ଡୋଜ ବିଷୟରେ କୌଣସି ପଦକ୍ଷେପ ନିଆଯାଉ ନାହିଁ। କାରଣ ଦେଶର ଅଧିକାଂଶ ଲୋକ ଏପର୍ଯ୍ୟନ୍ତ ଟିକାକରଣର ତୃତୀୟ ଡୋଜ ଅର୍ଥାତ ପ୍ରଥମ ବୁଷ୍ଟର ଡୋଜ ପାଇ ନାହାଁନ୍ତି।

ଏହା ବ୍ୟତୀତ ବର୍ତ୍ତମାନ ବ୍ୟବହୃତ ହେଉଥିବା ଟିକା ପାଇଁ ଦ୍ୱିତୀୟ ବୁଷ୍ଟରର ଉପଯୋଗୀତା ଉପରେ କୌଣସି ତଥ୍ୟ ଉପଲବ୍ଧ ନାହିଁ ବୋଲି ସୂତ୍ରରୁ ପ୍ରକାଶ। ଜାନୁଆରୀ ୨୦୨୨ ରେ ଭାରତରେ ପ୍ରଥମ ବୁଷ୍ଟର ଡୋଜ ଦିଆଯିବା ଆରମ୍ଭ ହୋଇଥିଲା। ଏପର୍ଯ୍ୟନ୍ତ ଯୋଗ୍ୟ ଜନସଂଖ୍ୟାର ମାତ୍ର ୨୮ ପ୍ରତିଶତଙ୍କୁ ଏହା ଦିଆଯାଇଛି।

ଆମେରିକା ଏବଂ ବ୍ରିଟେନ ପରି ଦେଶଗୁଡିକ ସମ୍ପୂର୍ଣ୍ଣ ର୍‌ ଟିକାକରଣ କରିଥିବା ବ୍ୟକ୍ତିଙ୍କୁ ତୃତୀୟ ଏବଂ ଚତୁର୍ଥ ବୁଷ୍ଟର୍‌ ଡୋଜ ଦେଉଛନ୍ତି । ଏହା ସହିତ ସେହି ଲୋକମାନଙ୍କୁ ଅତିରିକ୍ତ ଟିକା ମଧ୍ୟ ଦିଆଯାଉଛି, ଯେଉଁମାନଙ୍କର ପ୍ରାରମ୍ଭିକ ଡୋଜ ପରେ ମଧ୍ୟ ରୋଗ ପ୍ରତିରୋଧକ ଶକ୍ତି ସୁଦୃଢ଼ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri