ଚାଇନାର ଲ୍ୟାବରୁ ହୋଇଛି କରୋନା ଲିକ୍‌: ଏଫବିଆଇ…

ଓ୍ବାଶିଂଟନ,୧।୩ : କରୋନା ଭାଇରସ ବିଷୟରେ ଏକ ବଡ ଖବର ଆସିଛି। ଆମେରିକାର ଅନୁସନ୍ଧାନକାରୀ ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (ଏଫବିଆଇ) ର ନିର୍ଦ୍ଦେଶକ ଦାବି କରିଛନ୍ତି ଯେ ଏହି ଭୂତାଣୁ ଚାଇନାର ଏକ ଲ୍ୟାବରେ ସୃଷ୍ଟି ହୋଇଛି। ଏଠାରୁ ଏହା ଲିକ୍‌ ହୋଇ ସମଗ୍ର ବିଶ୍ୱକୁ ବ୍ୟାପି ଯାଇଥିଲା। ଏଫବିଆଇ ନିର୍ଦ୍ଦେଶକ ଖ୍ରୀଷ୍ଟୋଫର ରେ କହିଛନ୍ତି ଯେ ଚାଇନା ସରକାରଙ୍କ ନିୟନ୍ତ୍ରିତ ଲାବୋରେଟୋରୀରେ କୋଭିଡ-୧୯ ପ୍ରସ୍ତୁତ ହୋଇଛି ବୋଲି ବ୍ୟୁରୋ ବିଶ୍ୱାସ କରେ। ଫକ୍ସ ନ୍ୟୁଜକୁ ଦେଇଥିବା ଏକ ସାକ୍ଷାତକାରରେ ଖ୍ରୀଷ୍ଟୋଫର କହିଛନ୍ତି, ’ଏଫବିଆଇ ଦୀର୍ଘ ଦିନ ଧରି ଆକଳନ କରିଛି ଯେ ମହାମାରୀର ଉତ୍ପତ୍ତି ଏକ ସମ୍ଭାବ୍ୟ ଲାବୋରେଟୋରୀ ଘଟଣା।

କରୋନାଭାଇରସ ବିସ୍ଫୋରଣ ପରେ ଏଫବିଆଇର ଏହା ହେଉଛି ପ୍ରଥମ ସରକାରୀ ବିବୃତ୍ତି। ତେବେ ଚାଇନା ଏଭଳି ଅଭିଯୋଗକୁ ଖଣ୍ଡନ କରିବାରେ ଲାଗିଛି। ଖ୍ରୀଷ୍ଟୋଫରଙ୍କ ବିବୃତ୍ତିର ଗୋଟିଏ ଦିନ ପୂର୍ବରୁ ଚାଇନାରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ଚାଇବା କରୋନାଭାଇରସ ବିଷୟରେ ଅଧିକ ସଚ୍ଚୋଟ ହେବାକୁ କହିଥିଲେ।

ଚାଇନା ମହାମାରୀର ଉତ୍ସ ଜାଣିବା ପାଇଁ ପ୍ରୟାସରେ ବାଧା ସୃଷ୍ଟି କରୁଛି। ଏହା ସମସ୍ତଙ୍କ ପାଇଁ ଦୁର୍ଭାଗ୍ୟଜନକ। କେତେକ ଅଧ୍ୟୟନରୁ ଜଣାପଡିଛି ଯେ ଚାଇନାର ଉହାନର ଏକ ଲ୍ୟାବରେ ଏହି ଭୂତାଣୁ ବିକଶିତ କରାଯାଇଥିଲା। ଏଠାରୁ ଏହା ପଶୁମାନଙ୍କ ନିକଟରେ ପହଞ୍ଚିଲା ଏବଂ ପରେ ପଶୁମାନଙ୍କଠାରୁ ମଣିଷକୁ ଆସିଥିଲା।

ଉହାନରେ ବିଶ୍ୱର ଅଗ୍ରଣୀ ଭାଇରସ ଲାବୋରେଟୋରୀ ହେଉଛି ଉହାନ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି। କରୋନାଭାଇରସ ସମ୍ବନ୍ଧରେ ଏହିଠାରେ ଅନୁସନ୍ଧାନ ଚାଲିଥିଲା। ଏହାଠାରୁ ମାତ୍ର ୪୦ ମିନିଟ ଦୂରରେ ଏକ ସାମୁଦ୍ରିକ ଖାଦ୍ୟ ଏବଂ ମାଂସ ବଜାର ଅଛି। ଭୂତାଣୁ ଲିକ ହେବା ପରେ ଏହା ଏହି ବଜାର ମାଧ୍ୟମରେ ସାଧାରଣ ଲୋକଙ୍କ ମଧ୍ୟରେ ବ୍ୟାପିବାରେ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri