ଫେରିବ କରୋନା କଟକଣା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟକୁ ନେଇ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ପୁଣି ଥରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନର ଭୟ ବି ଦେଖାଦେଲାଣି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ କଟକଣା ପାଳନ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବା ଆବଶ୍ୟକ।