କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୮୪ ହଜାର ୩୭୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ହଜାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି।

Share