ଦେଢ଼ ଲକ୍ଷ ମୁହାଁ କରୋନା: ୨୪ ଘଣ୍ଟାରେ ଲକ୍ଷେ ୪୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନାର ସଂକ୍ରମଣ ବେକାବୁ ସ୍ଥିତିରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ମୁହାଁ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢୁଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଦେଶରେ ଲଗାତାର ଗତ ୪ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୩୮୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୭୯୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ  ସୂଚନା ପ୍ରଦାନ କରାଯାଇଛି। ଏଭଳି ଧାରା ଜାରି ରହିଲେ ଆଉ ଗୋଟିଏ ଦିନ ପରେ ନୂଆ ଆକାନ୍ତଙ୍କ ସଂଖ୍ୟା ଦିନ ପିଛା ଦେଢ଼ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟଜନକ ହୋଇଛି। ଏଠାରେ ଗୋଟିଏ ଦିନରେ ୫୮ ହଜାର ୯୯୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ ୩୦୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୮ ହଜାର ୫୨୧ ଜଣଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। କରୋନାର ଦ୍ୱିତୀୟ ଲହର ନିୟନ୍ତ୍ରଣ ହରାଉଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri