କରୋନା ନୂଆ ଷ୍ଟ୍ରେନ୍‌: ଅଧିକ ମାରାତ୍ମକ ହେବା ଆଶଙ୍କା

ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍‌ ବ୍ରିଟେନଠାରୁ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି। ଚଣ୍ଡିଗଡ଼ ପିଜିଆଇଏମ୍‌ଇଆର୍‌ ଅନୁସାରେ ନୂଆ ଷ୍ଟ୍ରେନ୍‌ ନେଇ ଅଧିକ ସତେଚନ ରହିବା ଆବଶ୍ୟକ। ତେବେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଭାରତର କେତେକ ରାଜ୍ୟରେ ବଢ଼ିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଏନ୍‌-୪୪୦ ଏବଂ ଇ-୪୮୪-କ୍‌ୟୁ ଭ୍ୟାରିଆଣ୍ଟ୍‌ର କୌଣସି ସମ୍ପର୍କ ନାହିଁ। ସେହିପରି ଆଇସିଏମ୍‌ଆର୍‌ ଅନୁସାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏସବୁ ଭ୍ୟାରିଆଣ୍ଟ୍‌ ଦାୟୀ ନୁହେଁ। ନୀତି ଆୟୋଗ ସଦସ୍ୟ ବି.କେ. ପଲ୍‌ଙ୍କ ଅନୁସାରେ ଦେଶରେ ସାର୍ସ-କୋଭ୍‌-୨ ବିଟ୍ରେନ୍‌ ଷ୍ଟ୍ରେନ୍‌ ଦ୍ୱାରା ୧୮୭ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦକ୍ଷିଣ ଆଫ୍ରିକା କରୋନା ଭ୍ୟାରିଆଣ୍ଟ୍‌ ୬ ଜଣ ଲୋକଙ୍କଠାରେ ଚିହ୍ନଟ ହୋଇଛି। ବ୍ରାଜିଲ୍‌ ଭ୍ୟାରିଆଣ୍ଟ୍‌ରେ ଜଣେ ଆକ୍ରାନ୍ତ ହୋଇଥିବା ସେ ସୂଚନା ଦେଇଛନ୍ତି। ଇତିମଧ୍ୟରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ପାଇଁ ୩,୫୦୦ ଲୋକଙ୍କ ନମୁନା ପରୀକ୍ଷା ଲାଗି ସଂଗ୍ରହ କରାଯାଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ ସାର୍ସ-କୋଭ୍‌-୨, ଏନ୍‌-୪୪୦ ଏବଂ ଇ-୪୮୪-କ୍‌ୟୁ ଭ୍ୟାରିଆଣ୍ଟ୍‌ ଚିହ୍ନଟ ହୋଇଛି। ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଏସବୁ ଭ୍ୟାରିଆଣ୍ଟ୍‌ର ସିଧା ସଳଖ ସମ୍ପର୍କ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri