କରୋନାର ଦ୍ୱିତୀୟ ଲହରଠାରୁ ଅଧିକ ବେଗରେ ବ୍ୟାପିବ ନୂଆ ଭାରିଏଣ୍ଟ ‘ଏକ୍ସଇ’

ନୂଆଦିଲ୍ଲୀ,୮ ।୪: ସାରା ବିଶ୍ୱରୁ କରୋନା ମହାମାରୀ ଶେଷ ହୋଇ ଆସୁଥିବା ବେଳେ ଆମ ଦେଶରେ ମଧ୍ୟ ଏହାର ପ୍ରକୋପ କମି କମି ଆସିଛି । ହେଲେ ଏହାରି ଭିତରେ ପୁଣିଥରେ ଭୟ ସୃଷ୍ଟି କଲାଣି କରୋନା ଭାଇରସ ଓମିକ୍ରନର ସବ ଭାରିଏଣ୍ଟ ‘ଏକ୍ସଇ’ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଏହା କରୋନାର ଦ୍ୱିତୀୟ ଲହରଠାରୁ ଅଧିକ ବେଗରେ ବ୍ୟାପିବ । ଏମିତିକି ଓମିକ୍ରନଠାରୁ ମଧ୍ୟ ଏହା ୧୦ ଗୁଣା ଦ୍ରୁତ ଗତିରେ ବ୍ୟାପିପାରେ । ହେଲେ ଏହା ଘାତକ ନୁହେଁ । ଭାରତରେ ଅଧିକାଂଶ ଲୋକେ କରୋନା ଟିକା ନେଇ ସାରିଥିବା ବେଳେ ପୂର୍ବରୁ ଅନେକ ଲୋକ ଦୁଇଟି ଲହରରେ ସଂକ୍ରମିତ ହୋଇ ସାରିଛନ୍ତି । ତେଣୁ ଭାରତରେ ଏହା ବିପଦ ସୃଷ୍ଟି କରିବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହୁଛନ୍ତି । ହେଲେ କୋଭିଡ ନିୟମର ପାଳନ କରିବା ଜରୁରୀ ବୋଲି ସେମାନେ କହିଛନ୍ତି ।

ସୂଚନାଯୋଗ୍ୟ, ଦେଶରେ ୪ ଏପ୍ରିଲକୁ ଦୀର୍ଘ ୭୧୫ ଦିନ ପରେ ୨୪ ଘଣ୍ଟାରେ ୧ ହଜାରରୁ କମ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା । ଯାହା ଏକ ଭଲ ସଙ୍କେତ । ହେଲେ ଏହାପରେ ପୁଣିଥରେ ପ୍ରତିଦିନ ୧ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । ଏକାକି ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରକୁ ଚାଲିଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?