Posted inଖେଳ

କରୋନା ପ୍ରକୋପ: ଅଷ୍ଟ୍ରେଲିଆ ଖେଳାଳି ନ୍ୟୁ ସାଉଥ୍‌ ଓ୍ବେଲ୍ସକୁ ସ୍ଥାନାନ୍ତରିତ

ସିଡ୍‌ନୀ, ୧୮ା୧୧ (ପି.ଟି.)-ସାଉଥ ଅଷ୍ଟ୍ରେଲିଆରେ କରୋନା ଭାଇରସ ବ୍ୟାପିବାରେ ଲାଗିଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ତରଫରୁ ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌ ଓ ଷ୍ଟାର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସାନେଙ୍କ ସମେତ ଅନ୍ୟ ଖେଳାଳିମାନଙ୍କୁ ବିମାନ ଯୋଗେ ଆଡିଲେଡ୍‌ରୁ ନ୍ୟୁ ସାଉଥ୍‌ ଓ୍ବେଲ୍ସ ସ୍ଥାନାନ୍ତର କରାଯାଇଛି। ଏହି କାରଣରୁ ସୋମବାର ସାଉଥ୍‌ ଅଷ୍ଟ୍ରେଲିଆକୁ ଲାଗି କରି ଥିବା ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ, କୁଇନ୍ସଲାଣ୍ଡ ଏବଂ ଟାସ୍‌ମାନିଆ ସୀମାକୁ ବନ୍ଦ କରିଦିଆଯାଇଛି। ଭାରତ ବିପକ୍ଷ ୩୦୦ ନିୟୁତ ଡଲାର ବିଶିଷ୍ଟ ସିରିଜ ଯେପରି ପ୍ରଭାବିତ ନ ହୁଏ ସେଥିପ୍ରତି କ୍ରିକେଟ ଅଷ୍ଟ୍ରେଲିଆ ସଜାଗ ରହିଥିବା ଏହାର କାମଚଳା ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହକ୍‌ଲେ ପ୍ରକାଶ କରିଛନ୍ତି। ସ୍ଥାନାନ୍ତର ହୋଇଥିବା ଖେଳାଳିଙ୍କୁ ମଧ୍ୟରେ ପେନ୍‌ ଓ ଲାବୁସାନେଙ୍କ ବ୍ୟତୀତ ମାଥ୍ୟୁ ଓ୍ବାଡେ, ଟ୍ରାଭିସ୍‌ ହେଡ୍‌ ଏବଂ କାମେରନ ଗ୍ରୀନ୍‌ ରହିଛନ୍ତି। କୋଭିଡ୍‌ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ଡିସେମ୍ବର ୧୭ରେ ଆଡିଲେଡ୍‌ ଓଭାଲରେ ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ଅନୁଷ୍ଠିତ ହେବ। ସୋମବାର ଆଡିଲେଡ୍‌ରେ ସାନି କରୋନା ସଂକ୍ରମଣ ଦେଖାଦେବା ପରେ ପେନ୍‌ଙ୍କ ସମେତ ଅଷ୍ଟ୍ରେଲୀୟ ଖେଳାଳିମାନେ ୧୪ଦିନ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଅଷ୍ଟ୍ରେଲିଆ ଟୁର୍‌ରେ ଥିବା ଭାରତ ୩ ଅନ୍ତର୍ଜାତୀୟ ଦିନିକିଆ, ସମାନ ସଂଖ୍ୟକ ଟି୨୦ ଏବଂ ୪ ଟେଷ୍ଟ ମ୍ୟାଚ୍‌ ଖେଳିବ। ନଭେମ୍ବର ୨୭ରେ ସିଡ୍‌ନୀଠାରେ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ ସହ ଟୁର୍‌ ଆରମ୍ଭ ହେବ। ଆଡିଲେଡ୍‌ଠାରେ ଟେଷ୍ଟ ସିରିଜ ଡିସେମ୍ବର ୧୭ରୁ ଆରମ୍ଭ ହେବ। ପ୍ରଥମ ଟେଷ୍ଟ ଦିବାରାତ୍ର ବିଶିଷ୍ଟ ହେବ। ଭ୍ରମଣକାରୀ ଦଳ ବର୍ତ୍ତମାନ ସିଡ୍‌ନୀରେ କ୍ୱାରାଣ୍ଟାଇନ୍‌ରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri