ଏନ୍ତୁଡ଼ିଶାଳରେ କରୋନା ବେକାବୁ, ଚାଇନାର ସାନ୍ୟା ସହରରେ ଲକ୍‌ଡାଉନ, ୮୦ ହଜାରରୁ ଅଧିକ ପର୍ଯ୍ୟଟକ ଚିନ୍ତାରେ…

ବେଜିଂ, ୬।୮ :  କରୋନା ଏନ୍ତୁଡ଼ିଶାଳ ଚାଇନାରେ  କରୋନା ପୁଣି ଥରେ ନିୟନ୍ତ୍ରିତ ହରାଇଛି। ଶନିବାର ଚାଇନାର ’ହାୱାଇ’ କୁହାଯାଉଥିବା ସାନ୍ୟା ସହରରେ କର୍ତ୍ତୃପକ୍ଷ ଲକ୍‌ଡାଉନ ଘୋଷଣା କରିଛନ୍ତି। ଫଳରେ ସେଠାରେ ଥିବା ପ୍ରାୟ ୮୦ ହଜାରରୁ ଅଧିକ ପର୍ଯ୍ୟଟକ ଅଟକି ରହିଛନ୍ତି। ସମଗ୍ର ସହରରେ ସତର୍କତା ଅବଲମ୍ବନ କରିବାକୁ ଅଧିକାରୀମାନେ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ସକାଳେ ସାନ୍ୟା ସହରରେ ଜନସାଧାରଣ ପରିବହନ ଉପରେ କଟକଣା ଲଗାଯାଇଛି ଏବଂ ଲୋକଙ୍କ ଗତିବିଧିକୁ ମଧ୍ୟ ବାରଣ କରାଯାଇଛି। ସାନ୍ୟା ସହରର ଜନସଂଖ୍ୟା ଏକ ଲକ୍ଷରୁ ଅଧିକ। ଦେଶର ଦକ୍ଷିଣ ଉପକୂଳରେ ଅବସ୍ଥିତ ହେନାନ ପ୍ରଦେଶର ରାଜଧାନୀ ସାନ୍ୟା ଏକ ପର୍ଯ୍ୟଟନ ସ୍ଥଳୀ।

ରାଜ୍ୟ ଗଣମାଧ୍ୟମ ଅନୁଯାୟୀ, ସାନ୍ୟା ଡେପୁଟି ମେୟର ହେ ଶିଗେଙ୍ଗ କହିଛନ୍ତି ଯେ ବର୍ତ୍ତମାନ ସହରରେ ବହୁ ପର୍ଯ୍ୟଟକ ଅଟକି ରହିଛନ୍ତି। ସେ କହିଛନ୍ତି ଯେ ସାନ୍ୟା ଛାଡିବା ପୂର୍ବରୁ ସେମାନେ ନିଶ୍ଚିତ ହେବା ଉଚିତ ଯେ ୪୮ଘଣ୍ଟା ମଧ୍ୟରେ ସେମାନଙ୍କର ଦୁଇଟି ନେଗେଟିଭ୍‌ ପିସିଆର୍‌ ପରୀକ୍ଷା ହୋଇଛି। ଲକ୍‌ଡାଉନ୍‌ ଯୋଗୁ ହଠାତ ବିମାନ ଟିକେଟ ଦର ବୃଦ୍ଧି ପାଇବାରେ ଲାଗିଛି ଏବଂ ସହରରେ ଅଟକି ରହିଥିବା ସମସ୍ତ ଲୋକ କିପରି ବାହାରକୁ ଯିବେ ତାହା ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri