କଟକଣା କୋହଳ ପରେ ଚାଇନାରେ କରୋନା ଆତଙ୍କ…

ବେଜିଂ,୧୧।୧୨ : ଚାଇନାରେ କରୋନା କଟକଣା କୋହଳ ପରେ ପୁଣି ଥରେ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମିତ ଲୋକଙ୍କ ସଂଖ୍ୟା ଉଦବେଗଜନକ ହାରରେ ବୃଦ୍ଧି ପାଇବାରେ ଲାଗିଛି। ଔଷଧ ପାଇଁ ଦୋକାନରେ ଲମ୍ବା ଧାଡି ଦେଖିବାକୁ ମିଳୁଛି। ଅଭାବ ଯୋଗୁ ଉପଲବ୍ଧ ଔଷଧ ଏବଂ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ପାଇଛି।

କୁହାଯାଉଛି ଯେ କରୋନା ଲକଡାଉନ କୋହଳ ହେବା ପରେ ବଜାରରେ ଭିଡ଼ ବଢ଼ିବା ଯୋଗୁ ହଠାତ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏବେ ଚାଇନା ସରକାର ପୁଣି ଥରେ କଠୋର ହେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଲକଡାଉନ ଲାଗି ସରକାର ବିଚାର କରୁଛନ୍ତି।

ଚାଇନାର ରାଜଧାନୀ ବେଜିଂରେ ଥିବା ଦୋକାନଗୁଡ଼ିକ ପାଇଁ ରବିବାର ଏକ ସାଧାରଣ ବ୍ୟବସାୟ ଦିବସ। ସାଧାରଣତଃ ବୁଟିକ ଏବଂ କାଫେରେ ଭିଡ଼ ଲାଗିଥାଏ। କିନ୍ତୁ କରୋନା ମାମଲାରେ ବୃଦ୍ଧି ହେତୁ ଲୋକମାନେ ଭୟଭୀତ ହେବା ଆରମ୍ଭ କରି ନିଜର ବ୍ୟବସାୟ ବନ୍ଦ କରିବାକୁ ଲାଗିଛନ୍ତି। ବଡ଼ ମଡ଼ ମଲରେ କୌଣସି ଲୋକ ନ ଥିଲେ। ଅନେକ ସେଲୁନ, ରେଷ୍ଟୁରାଣ୍ଟ ଏବଂ ଖୁଚୁରା ଦୋକାନ ବନ୍ଦ ଥିବା ଦେଖାଯାଇଥିଲା।

ଏଥି ସହିତ ସଂକ୍ରମଣ ପରେ ଅନେକ ଦୋକାନ ମଧ୍ୟ ପ୍ରଶାସନ ପକ୍ଷରୁ ଜୋର ଜବରଦସ୍ତ ବନ୍ଦ ହୋଇଯାଉଛି। ଜନଗହଳି ପୂର୍ଣ୍ଣ ସ୍ଥାନରେ କରୋନା ପରୀକ୍ଷା ବୃଦ୍ଧି କରାଯାଇଛି । ସମସ୍ତ ଦୋକାନ ଏବଂ ପ୍ରତିଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏଥିପାଇଁ ସରକାର କଡା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଲୋକଙ୍କୁ ଘରେ ରହିବାକୁ କୁହାଯାଇଛି। କିଛି ଜରୁରୀ କାର୍ଯ୍ୟ ଥିଲେ ହିଁ ସେମାନଙ୍କୁ ଘରୁ ବାହାରକୁ ଯିବାକୁ କୁହାଯାଇଛି। ଏଥିସହ ଲୋକଙ୍କ ପରୀକ୍ଷା ଜୋରଦାର କରାଯାଇଛି। ଦେଶରେ ଶହ ଶହ କ୍ୱାରାଣ୍ଟାଇନ କେନ୍ଦ୍ର ମଧ୍ୟ ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri