ଚାଇନାରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୧ ଲକ୍ଷ ଟପିବା ଆଶଙ୍କା…

ବେଜିଂ,୧୮।୧୨ : ଚାଇନାରେ କରୋନା ମାମଲାରେ କ୍ରମାଗତ ବୃଦ୍ଧି ଘଟିଛି। ଏଠାରେ ପରିସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଚାଇନାରେ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ସରକାର ଜିରୋ କୋଭିଡ ନୀତିକୁ କୋହଳ କରିଛନ୍ତି। ଲୋକମାନେ ବର୍ତ୍ତମାନ କଟକଣାରୁ ଆରାମ ପାଉଥିଲେ ମଧ୍ୟ ଆଗାମୀ ସମୟରେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ନୂତନ ବିଶ୍ଳେଷଣ ଅନୁଯାୟୀ, ଆସନ୍ତା କିଛି ମାସ ମଧ୍ୟରେ ଚାଇନାରେ ୨୧ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇପାରେ। ଜଣେ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ ଚାଇନାରେ ପୂର୍ବରୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ଏବଂ ଯଦି ମୃତ୍ୟୁସଂଖ୍ୟା ଏହିପରି ବଢ଼େ ତେବେ ଏକ ଆନ୍ଦୋଳନ ହୋଇପାରେ ଯାହା ଦ୍ୱାରା ଜିନପିଙ୍ଗଙ୍କ ଶାସନର ସମାପ୍ତ ହୋଇପାରେ।

ହଂକଂର ଏୟାରଫିନିଟିର ତଥ୍ୟ ଅନୁସାରେ ଶୂନ କୋଭିଡ ନୀତି ରଦ୍ଦ ହେବା ପରେ ଏଠାରେ ମଧ୍ୟ ମାମଲା ବୃଦ୍ଧି ପାଇଥିଲା। ଏୟାରଫିନିଟି ମୁଖପାତ୍ର କହିଛନ୍ତି ଯେ ଆମର ବିଶ୍ଳେଷଣରୁ ଜଣାପଡିଛି ଯେ ଯଦି ହଂକଂ ପରି ଚାଇନାରେ କରୋନା ଲହର ହୁଏ, ତେବେ ଏହା ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଚାପ ବଢ଼ାଇବ। ସମଗ୍ର ଦେଶରେ ୧୬ରୁ ୨୭ କୋଟି ମାମଲା ହୋଇପାରେ। ଯେଉଁଥିରେ ପ୍ରାୟ ୧୩ ରୁ ୨୧ଲକ୍ଷ ଲୋକ ମରିପାରନ୍ତି। ଆଗାମୀ ତିନି ମାସ ମଧ୍ୟରେ ଏହା ହୋଇପାରେ। ଆମର ବିଶ୍ଳେଷଣ କହିଛି ଯେ ଜାନୁଆରୀରେ ମାମଲା ସର୍ବାଧିକ ହେବ। ଆମେରିକାର ସିକାଗୋସ୍ଥିତ ଇନଷ୍ଟିଚ୍ୟୁଟ ଫର୍‌ ହେଲଥ ମେଟ୍ରିକ୍ସ ଆଣ୍ଡ ଏଭାଲ୍ୟୁମେଣ୍ଟର ନୂତନ ଆକଳନ ଅନୁଯାୟୀ ଚାଇନାରେ ହଠାତ କଡ଼ା କରୋନା କଟକଣାକୁ ହଟାଇବା ଦ୍ୱାରା ୨୦୨୩ ସୁଦ୍ଧା ଏକ କରୋନା ବିସ୍ଫୋରଣ ଘଟିପାରେ ଏବଂ ଏଥିରେ ବହୁ ଲୋକଙ୍କ ମୃତ୍ୟୁ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?