Posted inଜାତୀୟ

ରାଜଧାନୀରେ କରୋନା ଆତଙ୍କ : ୨୪ ଘଣ୍ଟାରେ ୧୩୯୬ ମାମଲା,ସଂକ୍ରମଣ ହାର ୩୧ ପ୍ରତିଶତ…

ନୂଆଦିଲ୍ଲୀ, ୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି।

ଗତ ୨୪ ଘଣ୍ଟାରେ ଦେଶର ରାଜଧାନୀ ଦିଲ୍ଲୀରେ କରୋନା ଆତଙ୍କ ସୃଷ୍ଟି କିଛି। ଏହି ସମୟ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ ଦୈନିକ ସଂକ୍ରମଣରେ ୩୧ ପ୍ରତିଶତ ବୃଦ୍ଧି ପାଇଛି। ଏହା ୧୩୯୬ ଛୁଇଁଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫୩ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୭୪୭ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୭ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ଟପିଛି। ଏହା ୫୩ ହଜାର ୭୨୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬,୬୨୮ ଜଣ ସୁସ୍ଥ ହୋଇଛନ୍ତି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୮ ହଜାର ୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୨୩ ହଜାର ୨୧୧ ଜଣ ସୁସ୍ଥ ହୋଇ ସାରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୨ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri