ଗୁରୁତର ହେବା ପରେ ହସ୍ପିଟାଲରେ ପହଞ୍ଚୁଛନ୍ତି କରୋନା ରୋଗୀ, ବଞ୍ଚାଇ ହେଉନାହିଁ: ଜିଲାପାଳ

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଭୟାବହତାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଦୈନିକ ଶତାଧିକ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନାରେ ଗଞ୍ଜାମର ୮୬ ଜଣଙ୍କ ଜୀବନ ଗଲାଣି। ଅପରପକ୍ଷରେ ଜ଼ିଲାରେ ଗତ ସପ୍ତାହ ତୁଳନାରେ କରୋନାରେ ଉଭୟ ପଜିଟିଭ୍‌ ଓ ମୃତ୍ୟୁ ସଂଖ୍ୟା କମୁଥିବା ନେଇ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି, ଜ଼ିଲାରେ ଘରକୁ ଘର ଯାଇ ସ୍କ୍ରିନିଂ ହେଉଛି ଲକ୍ଷଣ ଚି଼ହ୍ନଟ ହେଉଛି। ଏହାପରେ କରୋନା ଟେଷ୍ଟିଂ କରାଯାଉଛି। ଏହାଫଳରେ ଗତ ସପ୍ତାହରେ ପଜିଟିଭ୍‌ ସଂଖ୍ୟା ବଢ଼ୁଥିଲା ଏବେ ବି କେତେକ ଲୋକ ଲକ୍ଷଣ ଲୁଚାଉଛନ୍ତି ବିଳମ୍ବରେ ଗୁରୁତର ହୋଇ ହସ୍ପିଟାଲକୁ ଆସୁଛନ୍ତି। ଫଳରେ ଶେଷ ସମୟରେ ଅମୁଲ୍ୟ ଜୀବନ ବଞ୍ଚାଇବାରେ ଅସୁବିଧା ହେଉଛି। ଏଣୁ ମୃତ୍ୟୁ ରୋକିବାକୁ ହେଲେ ପ୍ରାଥମିକ ଅବସ୍ଥାରେ ଲକ୍ଷଣ ଚି଼ହ୍ନଟ କରି ଚିକିତ୍ସାର ଆବଶ୍ୟକତା ରହିଥିବା ଜିଲାପାଳ କହିଛନ୍ତି। ଜ଼ିଲାରେ ୧ ପ୍ରତିଶତରୁ ୦.୮ ପ୍ରତିଶତକୁ କରୋନା ମୃତ୍ୟୁ ହାର ଖସିଛି। ଏଥିସହ କରୋନା ସୁସ୍ଥ ସଂଖ୍ୟା ୬୪ ପ୍ରତିଶତ କୁ ବୃଦ୍ଧି ହୋଇଛି। ୨୮ ତାରିଖରେ ୨୪୫ କରୋନା ପଜିଟିଭ ଚି଼ହ୍ନଟ ହୋଇଥିବା ବେଳେ ତାର ପୂର୍ବ ୨୪ ଘଣ୍ଟାରେ ୩୩୨ ଜଣ ପଜିଟିଭ ହୋଇଥିଲେ। ୨୦ ତାରିଖରେ ୨୨୫, ୨୧ ରେ ୩୭୧, ୨୨ ରେ ୭୪୧, ୨୩ ରେ ୭୩୨, ୨୪ ରେ ୫୬୦, ୨୫ ରେ ୪୮୪, ୨୬ ରେ ୪୯୧ ଜଣ ପଜିଟିଭ ହୋଇଥିବା ଜ଼ିଲାପାଳ କହିଛନ୍ତି। ଗ୍ରାମାଞ୍ଚଳରେ ଅକ୍ସିଜେନ ରହିତ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଉଥିବା ମଧ୍ୟ ଜ଼ିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri