ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ

ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ ନୟାଗଡ ମ୍ୟୁନିସିପାଲିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ ପାଇଁ ଖଣ୍ଡପଡା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛି। ନୟାଗଡ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନାଙ୍କଠାରୁ ମିଳିଥିବା ସୂଚନା ଅନୁସାରେ, ନୀଳାଦ୍ରିବିହାରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସ୍ବାସ୍ଥ୍ୟ ବିଭାଗର ଗାଡ଼ି ତାଙ୍କୁ ଚିକିତ୍ସା ନିମନ୍ତେ ନେବା ପାଇଁ ଶନିବାର ଯାଇଥିଲା। ମାତ୍ର ଆକ୍ରାନ୍ତ ଜଣକ ହୋମ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି କହି ସ୍ବାସ୍ଥ୍ୟ ବିଭାଗ ଗାଡ଼ିକୁ ଫେରାଇ ଦେଇଥିଲେ। ରବିବାର ସେ ହଠାତ୍‌ ଗୁରୁତର ହୋଇ ପଡ଼ିିଥିଲେ। ପରିବାର ଲୋକେ ତାଙ୍କୁ ନେଇ ଖଣ୍ଡପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସମ୍ପୃକ୍ତ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ମାତ୍ର ଏବିଷୟରେ ସ୍ବାସ୍ଥ୍ୟ ବିଭାଗକୁ ନ ଜଣାଇ ମୃତଦେହକୁ ତରବରିଆ ଭାବେ ସ୍ବାସ୍ଥ୍ୟକେନ୍ଦ୍ରରୁ ଆଣି ଖଣ୍ଡପଡା ବ୍ଲକର ବରକୋରଳିପାଟଣାସ୍ଥିତ ପୈତୃକ ଗ୍ରାମରେ ପରିବାର ଲୋକେ ପୋଡ଼ି ଦେଇଥିଲେ। ଖବର ପାଇ ଖଣ୍ଡପଡା ଥାନା ପୋଲିସ ସେଠାରେ ପହଞ୍ଚତ୍ଥିଲା। ମାତ୍ର ସେତେବେଳକୁ ମୃତଦେହ ସଂସ୍କାର ହୋଇସାରିଥିଲା। ଏସମ୍ପର୍କରେ ଏସ୍‌ପି ଓ ଜିଲା ପ୍ରଶାସନକୁ ଅବଗତ କରାଯିବା ସହ ତଦନ୍ତ ଜାରି ରହିଛି ବୋଲି ନିର୍ବାହୀ ଅଧିକାରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri