ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ

ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ ନୟାଗଡ ମ୍ୟୁନିସିପାଲିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ ପାଇଁ ଖଣ୍ଡପଡା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛି। ନୟାଗଡ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନାଙ୍କଠାରୁ ମିଳିଥିବା ସୂଚନା ଅନୁସାରେ, ନୀଳାଦ୍ରିବିହାରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସ୍ବାସ୍ଥ୍ୟ ବିଭାଗର ଗାଡ଼ି ତାଙ୍କୁ ଚିକିତ୍ସା ନିମନ୍ତେ ନେବା ପାଇଁ ଶନିବାର ଯାଇଥିଲା। ମାତ୍ର ଆକ୍ରାନ୍ତ ଜଣକ ହୋମ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି କହି ସ୍ବାସ୍ଥ୍ୟ ବିଭାଗ ଗାଡ଼ିକୁ ଫେରାଇ ଦେଇଥିଲେ। ରବିବାର ସେ ହଠାତ୍‌ ଗୁରୁତର ହୋଇ ପଡ଼ିିଥିଲେ। ପରିବାର ଲୋକେ ତାଙ୍କୁ ନେଇ ଖଣ୍ଡପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସମ୍ପୃକ୍ତ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ମାତ୍ର ଏବିଷୟରେ ସ୍ବାସ୍ଥ୍ୟ ବିଭାଗକୁ ନ ଜଣାଇ ମୃତଦେହକୁ ତରବରିଆ ଭାବେ ସ୍ବାସ୍ଥ୍ୟକେନ୍ଦ୍ରରୁ ଆଣି ଖଣ୍ଡପଡା ବ୍ଲକର ବରକୋରଳିପାଟଣାସ୍ଥିତ ପୈତୃକ ଗ୍ରାମରେ ପରିବାର ଲୋକେ ପୋଡ଼ି ଦେଇଥିଲେ। ଖବର ପାଇ ଖଣ୍ଡପଡା ଥାନା ପୋଲିସ ସେଠାରେ ପହଞ୍ଚତ୍ଥିଲା। ମାତ୍ର ସେତେବେଳକୁ ମୃତଦେହ ସଂସ୍କାର ହୋଇସାରିଥିଲା। ଏସମ୍ପର୍କରେ ଏସ୍‌ପି ଓ ଜିଲା ପ୍ରଶାସନକୁ ଅବଗତ କରାଯିବା ସହ ତଦନ୍ତ ଜାରି ରହିଛି ବୋଲି ନିର୍ବାହୀ ଅଧିକାରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?