Posted inଜାତୀୟ

ଥାନାରେ ପହଞ୍ଚି ଯୁବକ କହିଲେ ମୁଁ କରୋନା ପଜିଟିଭ୍‌, ପୋଲିସ୍‌ ହେଲେ ଆଶ୍ଚର୍ଯ୍ୟ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ନିଜ କରୋନା ରିପୋର୍ଟ ନେଇ ପୋଲିସ ଥାନାରେ ପହଞ୍ଚି କହିଥିଲେ ମୁଁ କରୋନା ପଜିଟିଭ୍‌। ଏହା ଦେଖି ପୋଲିସ୍‌ ଆଶ୍ଚର୍ଯ୍ୟ ହୋଇ ତୁରନ୍ତ ଥାନାରୁ ବାହାରକୁ ପଳାଇ ଆସିଥିଲେ। କୋଲକତାର ଟଲିଗଞ୍ଜ ଥାନାରେ ମଙ୍ଗଳବାର ଦିନ ପ୍ରାୟ ୧୨.୩୦ରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଥାନାରେ ପହଞ୍ଚିଥିବା ବ୍ୟକ୍ତି ଜଣଙ୍କ କହିଥିଲେ, ଥଣ୍ଡା-କାଶ ହେବାରୁ ସେ ଏକ ସରକାରୀ କ୍ଲିନିକ୍‌ ଯାଇଥିଲେ। ସେମାନେ ମୋର କରୋନା ଟେଷ୍ଟ କରିଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ମୋ ମୁଣ୍ଡରେ କିଛି ପଶି ନ ଥିଲା ତେଣୁ ଥାନାକୁ ପଳାଇଆସିଥିଲି ବୋଲି କହିଛନ୍ତି। ଥାନାରେ ପହଞ୍ଚିବା ପରେ ପୋଲିସ ଆମ୍ବୁଲାନ୍ସ ଡାକି ତାଙ୍କୁ ଡାକ୍ତରଖାନା ପଠାଇ ଦେଇଥିଲା। ଡାକ୍ତରଖାନାକୁ ପଠାଇବା ପରେ ଥାନାକୁ ସାନିଟାଇଜ୍‌ କରାଯାଇଥିଲା। ପୋଲିସ ମୁତାବକ ଉକ୍ତ ବ୍ୟକ୍ତି ଜଣଙ୍କ ରାସବିହାରୀ ଏଭେନ୍ୟୁରେ ରୁହନ୍ତି। ସେ ସହରରେ ଭୁଜିଆ ଦୋକାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri