ଚାପ ମୁକ୍ତ ପାଇଁ କୋଭିଡ କେୟାର ସେଣ୍ଟରରେ ଡ୍ୟାନ୍ସ କଲେ କରୋନା ରୋଗୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨୦।୭: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। କିନ୍ତୁ ଏଭଳି କିଛି ଲୋକ ଅଛନ୍ତି, ଯେଉଁମାନେ କରୋନାକୁ ହରାଇ ସମସ୍ତ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କିଛି ଏଭଳି କରିଦେଖାଇଛନ୍ତି କର୍ନାଟକର କୋଭିଡ ହସ୍ପିଟାଲର ସଂକ୍ରମିତ ରୋଗୀମାନେ। କର୍ନାଟକ ବେଲେରୀରେ ଥିବା କୋଭିଡ କେୟାର ସେଣ୍ଟରରୁ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିବା ପରେ ସମସ୍ତେ ଏହି ରୋଗୀମାନଙ୍କ ପାଇଁ ଗର୍ବିତ ଅନୁଭବ କରିବେ। ଭାଇରାଲ ହୋଇଥିବା ଭିଡିଓରେ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଏକ ସାଉଥ୍‌ ଗୀତରେ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, କର୍ନାଟକ ବେଲେରୀରେ ଥିବା ଏକ କୋଭିଡ କେୟାର ସେଣ୍ଟରରେ କେତେକ ଆକ୍ରାନ୍ତ କରୋନାକୁ ହରାଇ ସୁସ୍ଥ ହୋଇ ନିଜ ଘର ଅଭିମୂଖେ ବାହାରିବାକୁ ପ୍ରସ୍ତୁତ ହେଉଥିଲେ।

ତେବେ ଘରକୁ ଯିବା ପୂର୍ବରୁ ସମସ୍ତେ ଏକାଠି ହେବା ସହ ଅନ୍ୟ ରୋଗୀଙ୍କ ମନୋବଳ ବଢ଼ାଇବା ପାଇଁ ସେମାନେ ଡ୍ୟାନ୍ସ କରିବାକୁ ମନସ୍ଥ କରିଥିଲେ। ସମସ୍ତ ରୋଗୀ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ରକ୍ଷା କରି ଏକ ସାଉଥ୍‌ ଗୀତର ତାଳେ ତାଳେ ଝୁମିଥିଲେ। ଏହି ଭିଡିଓ ଜରିଆରେ ସେମାନେ ଏକ ବାର୍ତ୍ତା ଦେବାକୁ ପ୍ରୟାସ କରିଛନ୍ତି। ଯଦି କେହି କରୋନାରେ ଆକ୍ରାନ୍ତ ହୋଇଛନ୍ତି ତେବେ ତାଙ୍କୁ ଭୟ କରିବାର କୌଣସି ଆବଶ୍ୟକତା ନାହିଁ। ନିଜକୁ ମାନସିକ ସ୍ତରରେ ସୁସ୍ଥ ରଖିବା ସହ କରୋନାରୁ ଦୂରେଇ ରହିବା ପାଇଁ ମାସ୍କ ଲଗାଇବା ଏବଂ ବାରମ୍ବାର ହାତ ଧୋଇବାକୁ ସେମାନେ ପରାମର୍ଶ ଦେଇଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓ ଶେୟାର ହେବାର ମାତ୍ର କିଛି ସମୟ ମଧ୍ୟରେ ଏହାକୁ ୮୦ହଜାରୁ ଊର୍ଦ୍ଧ୍ୱ ଲୋକ ଦେଖିସାରିଲେଣି। ଏଥିସହ ଏହି ଭିଡିଓକୁ ୭୪୩ରୁ ଊର୍ଦ୍ଧ୍ୱ ରିଟୁଇଟ ଓ ୪ହଜାରରୁ ଲାଇକ୍‌ ମିଳିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri