ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌ ହସ୍ପିଟାଲ କାନ୍ଥ ଡେଇଁ ଜଣେ କରୋନା ଆକ୍ରାନ୍ତ ରବିବାର ସକାଳୁ ଫେରାର ହୋଇଯାଇଥିବା ନେଇ ଜିଲାପାଳ ଅଜିତ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହା ମଧ୍ୟରେ ୨୪ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପୋଲିସ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ଧରିବାରେ ବିଫଳ ହୋଇଛି।
ପ୍ରକାଶ ଯେ, ଗତ ୩ ତାରିଖରେ ଉମରକୋଟ ବ୍ଲକ ବେନୋରା ପଞ୍ଚାୟତ ବେନୋରାଜାନିପାରା ଗ୍ରାମର ଦାମୋଦର ଜାନି(୫୦)ଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ପରେ ଜିଲା ପ୍ରଶାସନ ତାଙ୍କୁ ଘରୁ ଆଣି ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ରଖି ଚିକିତ୍ସା ଚଳାଇଥିଲା। ଦୈନିକ ରୋଟିନ ଅନୁଯାୟୀ ସକାଳେ ୫.୫୦ରେ ତାଙ୍କର ଚେକ୍‌ଅପ୍‌ କରାଯାଇଥିଲା। କିନ୍ତୁ ସକାଳ ପ୍ରାୟ ୭ଟାରେ ପ୍ରାତଃଭୋଜନ ସମୟରେ ସେ ହସ୍ପିଟାଲରେ ନ ଥିଲେ। ପରେ ଦାମୋଦର ହସ୍ପିଟାଲ କାନ୍ଥ ଡେଇଁ କେଉଁଆଡ଼େ ଚାଲିଯାଇଥିବା ଜଣାପଡିଥିଲା। ଘଟଣାକୁ ୨୪ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏବେବି ପୋଲିସ ହାତ ଖାଲି। ଖୋଲାଖୋଲି ଭାବେ ଜଣେ କରୋନା ଆକ୍ରାନ୍ତ ବୁଲୁଥିବାରୁ ଲୋକେ ଏବେ ଭୟଭୀତ। ତୁରନ୍ତ ତାଙ୍କୁ ଧରିବାକୁ ଜିଲାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri