ଆମ୍ବୁଲାନ୍ସ ମିଳିଲାନି, ପିପିଇ କିଟ୍‌ ପିନ୍ଧି ବାଇକ୍‌ ଚଲାଇ ହସ୍ପିଟାଲରେ ପହଞ୍ଚିଲେ କରୋନା ରୋଗୀ

ଭୋପାଳ,୩୦ା୭: ମଧ୍ୟପ୍ରଦେଶର ସିହୋର ଜିଲାର ବୁଦ୍ଧନୀ ସ୍ବାସ୍ଥ୍ୟ ବିଭାଗର ବେପରୁଆ ନୀତି ସାମ୍ନାକୁ ଆସିଛି। ଜଣେ କରୋନା ରୋଗୀ ଆମ୍ବୁଲାନ୍ସ ଡାକିଥିଲେ ମଧ୍ୟ ନ ଆସିବାରୁ ନିଜେ ବାଇକ୍‌ ଚଲାଇ ହସ୍ପିଟାଲରେ ପହଞ୍ଚିବା ଘଟଣା ବେଶ୍‌ ଚର୍ଚ୍ଚା ହେଉଛି।
ହୋଶଙ୍ଗାବାଦ ଜିଲାର ଜଣେ ଯୁବକ କରୋନା ପରୀକ୍ଷା ବୁଦ୍ଧନୀରେ କରାଇଥିଲେ। ପରେ ତାଙ୍କର ପଜିଟିଭ୍‌ ଆସିଥିଲା। ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଆଣିବା ପାଇଁ କୋଭିଡ୍‌ ସେଣ୍ଟରକୁ ଯିବା ପାଇଁ ଡାକି ପିପିଇ କିଟ୍‌ ଦେଇଥିଲା। ମାତ୍ର ଦୀର୍ଘ ସମୟ ଅପେକ୍ଷା କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ତେଣୁ ଯୁବକ ଜଣକ ପିପିଇ କିଟ୍‌ ପିନ୍ଧି ନଜର ବାଇକ୍‌ ଚଲାଇ ହସ୍ପିଟାଲ ପଳାଇଲେ।
ଏହି ଘଟଣା ସିସିଟିଭିରେ କଏଦ ହେବା ପରେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହୋଇଥିବା ଭିଡିଓରେ ଯୁବକ ଜଣକ ପିପିଇ କିଟ୍‌ ପିନ୍ଧି ନିଜ ବାଇକ୍‌ରେ ଯାଉଥିବା ନଜର ଆସିଛନ୍ତି।
ସୂଚନାଯୋଗ୍ୟ, ସିହୋର ଜିଲା ବୁଦ୍ଧନୀର ହୋଶଙ୍ଗାବାଦ ଜିଲାର ଆନନ୍ଦନଗର ନିକଟରେ ରହୁଥିବା ଯୁବକ ଜଣକ କରୋନା ଆକ୍ରାନ୍ତ ହୋଇଥିଲେ। ରବିବାର ତାଙ୍କର ନମୁନା ପରୀକ୍ଷା ପାଇଁ ଦେଇଥିଲେ। ମଙ୍ଗଳବାର ସକାଳେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?