Posted inଖେଳ

୩ ଦିନର ଶିଶୁକୁ ହସ୍ପିଟାଲରେ ଛାଡି କରୋନା ସଂକ୍ରମିତ ମା’ ଛୁ, ଆଉ ତା’ପରେ

ନୂଆଦିଲ୍ଲୀ, ୧୬।୮: ଉତ୍ତର ଦିଲ୍ଲୀର ହିନ୍ଦୁରାଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସଂକ୍ରମିତ ମହିଳା ତାଙ୍କ ତିନି ଦିନର ଶିଶୁ କନ୍ୟାକୁ ଛାଡି ପଳାଇଛନ୍ତି। ମହିଳା ଜଣକ ଫେରାର ହେବାପରେ ଡାକ୍ତରଖାନା ପ୍ରଶାସନ ଓ ପୋଲିସ ଉତ୍ତେଜନା ପ୍ରକାଶ ପାଇଛି। ଉକ୍ତ ମହିଳାଙ୍କଠାରୁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଅଛି। ଡକ୍ଟର ଶରତ ଚୌରସିଆଙ୍କ ଅଭିଯୋଗ ଉପରେ ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହିତ ନିରୀହ ଶିଶୁକୁ ଡାକ୍ତରଖାନାର ନର୍ସରୀରେ ରଖାଯାଇଛି। ଡାକ୍ତର ଏବଂ ଅନ୍ୟ କର୍ମଚାରୀମାନେ ଶିଶୁର ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି।

ପୋଲିସର ସୂଚନାନୁସାରେ, ଅଗଷ୍ଟ ୧୧ରେ ଆସିଫା ଖାତୁୁନ ନାମକ ଜଣେ ମହିଳା ଏବଂ ତାଙ୍କ ନବଜାତ ଶିଶୁ କନ୍ୟାକୁ ହିନ୍ଦୁ ରାଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମହିଳା ଜଣକ କସ୍ତୁରବା ଗାନ୍ଧୀ ଡାକ୍ତରଖାନାରେ ଏକ ଝିଅକୁ ଜନ୍ମ ଦେଇଥିଲେ। କିନ୍ତୁ ମହିଳାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ମା- ଝିଇକୁ ହିନ୍ଦୁ ରାଓ ଡାକ୍ତରଖାନାକୁ ପଠାଯାଇଥିଲା। ଶିଶୁଟି ନର୍ସରୀରେ ଥିବାବେଳେ ମା ଆସିଫାଙ୍କୁ କରୋନା ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୧୨ ରାତିରେ ପ୍ରାୟ ୪ଟାବେଳେ ଝିଅକୁ ଛାଡି ଆସିଫା କେଉଁଆଡେ ପଳାଇ ଯାଇଛନ୍ତି। ଏହା ଜଣା ପଡିବା ମାତ୍ରେ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଥିଲା। ସଙ୍ଗେ ସଙ୍ଗେ ହସ୍ପିଟାଲର ଡାକ୍ତର ପୋଲିସକୁ ସୂଚନା ଦେଇଥିଲେ। ଡାକ୍ତରଖାନାରେ ଭର୍ତ୍ତି ହେବା ସମୟରେ ମହିଳା ଜଣକ ଔରଙ୍ଗାବାଦ ବିହାରର ଠିକଣା ପଞ୍ଜୀକୃତ କରିଥିଲେ। ତାଙ୍କ ସ୍ବାମୀଙ୍କ ନାମ ଶାହବାଜ ଆଲାମ। ଡାକ୍ତରମାନେ ମହିଳାଙ୍କଠାରୁ ଏକ ଫୋନ ନମ୍ବର ମଧ୍ୟ ନେଇଥିଲେ, କିନ୍ତୁ ମହିଳାଙ୍କ ଫେରାର ଥିବାରୁ ସେହି ନମ୍ବର ମଧ୍ୟ ବନ୍ଦ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri