Posted inଖେଳ

୩ ଦିନର ଶିଶୁକୁ ହସ୍ପିଟାଲରେ ଛାଡି କରୋନା ସଂକ୍ରମିତ ମା’ ଛୁ, ଆଉ ତା’ପରେ

ନୂଆଦିଲ୍ଲୀ, ୧୬।୮: ଉତ୍ତର ଦିଲ୍ଲୀର ହିନ୍ଦୁରାଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସଂକ୍ରମିତ ମହିଳା ତାଙ୍କ ତିନି ଦିନର ଶିଶୁ କନ୍ୟାକୁ ଛାଡି ପଳାଇଛନ୍ତି। ମହିଳା ଜଣକ ଫେରାର ହେବାପରେ ଡାକ୍ତରଖାନା ପ୍ରଶାସନ ଓ ପୋଲିସ ଉତ୍ତେଜନା ପ୍ରକାଶ ପାଇଛି। ଉକ୍ତ ମହିଳାଙ୍କଠାରୁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଅଛି। ଡକ୍ଟର ଶରତ ଚୌରସିଆଙ୍କ ଅଭିଯୋଗ ଉପରେ ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହିତ ନିରୀହ ଶିଶୁକୁ ଡାକ୍ତରଖାନାର ନର୍ସରୀରେ ରଖାଯାଇଛି। ଡାକ୍ତର ଏବଂ ଅନ୍ୟ କର୍ମଚାରୀମାନେ ଶିଶୁର ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି।

ପୋଲିସର ସୂଚନାନୁସାରେ, ଅଗଷ୍ଟ ୧୧ରେ ଆସିଫା ଖାତୁୁନ ନାମକ ଜଣେ ମହିଳା ଏବଂ ତାଙ୍କ ନବଜାତ ଶିଶୁ କନ୍ୟାକୁ ହିନ୍ଦୁ ରାଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମହିଳା ଜଣକ କସ୍ତୁରବା ଗାନ୍ଧୀ ଡାକ୍ତରଖାନାରେ ଏକ ଝିଅକୁ ଜନ୍ମ ଦେଇଥିଲେ। କିନ୍ତୁ ମହିଳାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ମା- ଝିଇକୁ ହିନ୍ଦୁ ରାଓ ଡାକ୍ତରଖାନାକୁ ପଠାଯାଇଥିଲା। ଶିଶୁଟି ନର୍ସରୀରେ ଥିବାବେଳେ ମା ଆସିଫାଙ୍କୁ କରୋନା ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୧୨ ରାତିରେ ପ୍ରାୟ ୪ଟାବେଳେ ଝିଅକୁ ଛାଡି ଆସିଫା କେଉଁଆଡେ ପଳାଇ ଯାଇଛନ୍ତି। ଏହା ଜଣା ପଡିବା ମାତ୍ରେ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଥିଲା। ସଙ୍ଗେ ସଙ୍ଗେ ହସ୍ପିଟାଲର ଡାକ୍ତର ପୋଲିସକୁ ସୂଚନା ଦେଇଥିଲେ। ଡାକ୍ତରଖାନାରେ ଭର୍ତ୍ତି ହେବା ସମୟରେ ମହିଳା ଜଣକ ଔରଙ୍ଗାବାଦ ବିହାରର ଠିକଣା ପଞ୍ଜୀକୃତ କରିଥିଲେ। ତାଙ୍କ ସ୍ବାମୀଙ୍କ ନାମ ଶାହବାଜ ଆଲାମ। ଡାକ୍ତରମାନେ ମହିଳାଙ୍କଠାରୁ ଏକ ଫୋନ ନମ୍ବର ମଧ୍ୟ ନେଇଥିଲେ, କିନ୍ତୁ ମହିଳାଙ୍କ ଫେରାର ଥିବାରୁ ସେହି ନମ୍ବର ମଧ୍ୟ ବନ୍ଦ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri