କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୯୭ରେ ପହଞ୍ଚିଲା

କୋରାପୁଟ,୨ା୯(ସ୍ବ.ପ୍ର.): ଜିଲାରେ ବୁଧବାର ପୁଣି ୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୬୧ ପୁରୁଷ ଏବଂ ୨୮ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୯୭କୁ ବୃଦ୍ଧିପାଇଛି। କୋରାପୁଟ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଶାଖାରେ କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ସୋମବାରଠାରୁ ଏହି ଶାଖାକୁ ବନ୍ଦ କରିଦିଆଯାଇଛି। ବୁଧବାର ଚିହ୍ନଟ ପଜିଟିଭ୍‌ଙ୍କ ମଧ୍ୟରେ ଟିଏମ୍‌ସିରୁ ୮ ଜଣ ପୂର୍ବରୁ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୫୩ ଜଣ ଓ ୨୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ଆନ୍ଧ୍ରପ୍ରଦେଶ ଫେରନ୍ତା ହୋଇଥିବା ବେଳେ ମାଲକାନଗିରି, ମହାରାଷ୍ଟ୍ର, ନବରଙ୍ଗପୁର ଏବଂ ଗଞ୍ଜାମରୁ ଜଣେ ଲେଖାଏ ଫେରନ୍ତା ରହିଛନ୍ତି। ଜିଲାର ୪ଟି ପୌରାଞ୍ଚଳରୁ ଚିହ୍ନଟ ୪୩ ଜଣଙ୍କ ମଧ୍ୟରେ ଜୟପୁର ମ୍ୟୁନିସିପାଲଟିରୁ ୭, କୋରାପୁଟ ମ୍ୟୁନିସପାଲଟିରୁ ୬, ସୁନାବେଡ଼ା ମ୍ୟୁନିସିପାଲଟି ଅଞ୍ଚଳରୁ ୨୧ ଓ କୋଟପାଡ଼ ଏନ୍‌ଏସିରୁ ୯ ଜଣ ରହିଛନ୍ତି। ସେହିପରି ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରେ କୋରାପୁଟ ବ୍ଲକ ଅଞ୍ଚଳରୁ ୪, ବନ୍ଧୁଗାଁ ବ୍ଲକର ବିକ୍ରମପୁରରୁ ୫, ବୈପାରୀଗୁଡା ବ୍ଲକ ଅଞ୍ଚଳରୁ ୩, ଦଶମନ୍ତପୁର ବ୍ଲକ ଅଞ୍ଚଳରୁ ଜଣେ, କୋଟପାଡ଼ ବ୍ଲକର ଅଞ୍ଚଳରୁ ୪, କୁନ୍ଦ୍ରା ୬, ଲମତାପୁଟରୁ ୬, ଲକ୍ଷ୍ମୀପୁରରୁ ୧୦ଜଣ, ନାରାୟଣପାଟଣାରୁ ୨, ସେମିଳିଗୁଡ଼ାରୁ ୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ସ୍ବାବ୍‌ ଦେଉଥିବା ବ୍ୟକ୍ତିମାନେ ଘରେ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ସେହିଭଳି ସମସ୍ତ ଜିଲାବାସୀଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତା ଅବଲମ୍ବନ କରିବା, କୋଭିଡ୍‌ର ଏସ୍‌ଓପି ମାନିବାକୁ ଜିଲାପାଳ ପୁଣିଥରେ ପରାମର୍ଶ ଦେଇଛନ୍ତି। ନଚେତ୍‌ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri