କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୯୭ରେ ପହଞ୍ଚିଲା

କୋରାପୁଟ,୨ା୯(ସ୍ବ.ପ୍ର.): ଜିଲାରେ ବୁଧବାର ପୁଣି ୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୬୧ ପୁରୁଷ ଏବଂ ୨୮ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୯୭କୁ ବୃଦ୍ଧିପାଇଛି। କୋରାପୁଟ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଶାଖାରେ କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ସୋମବାରଠାରୁ ଏହି ଶାଖାକୁ ବନ୍ଦ କରିଦିଆଯାଇଛି। ବୁଧବାର ଚିହ୍ନଟ ପଜିଟିଭ୍‌ଙ୍କ ମଧ୍ୟରେ ଟିଏମ୍‌ସିରୁ ୮ ଜଣ ପୂର୍ବରୁ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୫୩ ଜଣ ଓ ୨୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ଆନ୍ଧ୍ରପ୍ରଦେଶ ଫେରନ୍ତା ହୋଇଥିବା ବେଳେ ମାଲକାନଗିରି, ମହାରାଷ୍ଟ୍ର, ନବରଙ୍ଗପୁର ଏବଂ ଗଞ୍ଜାମରୁ ଜଣେ ଲେଖାଏ ଫେରନ୍ତା ରହିଛନ୍ତି। ଜିଲାର ୪ଟି ପୌରାଞ୍ଚଳରୁ ଚିହ୍ନଟ ୪୩ ଜଣଙ୍କ ମଧ୍ୟରେ ଜୟପୁର ମ୍ୟୁନିସିପାଲଟିରୁ ୭, କୋରାପୁଟ ମ୍ୟୁନିସପାଲଟିରୁ ୬, ସୁନାବେଡ଼ା ମ୍ୟୁନିସିପାଲଟି ଅଞ୍ଚଳରୁ ୨୧ ଓ କୋଟପାଡ଼ ଏନ୍‌ଏସିରୁ ୯ ଜଣ ରହିଛନ୍ତି। ସେହିପରି ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରେ କୋରାପୁଟ ବ୍ଲକ ଅଞ୍ଚଳରୁ ୪, ବନ୍ଧୁଗାଁ ବ୍ଲକର ବିକ୍ରମପୁରରୁ ୫, ବୈପାରୀଗୁଡା ବ୍ଲକ ଅଞ୍ଚଳରୁ ୩, ଦଶମନ୍ତପୁର ବ୍ଲକ ଅଞ୍ଚଳରୁ ଜଣେ, କୋଟପାଡ଼ ବ୍ଲକର ଅଞ୍ଚଳରୁ ୪, କୁନ୍ଦ୍ରା ୬, ଲମତାପୁଟରୁ ୬, ଲକ୍ଷ୍ମୀପୁରରୁ ୧୦ଜଣ, ନାରାୟଣପାଟଣାରୁ ୨, ସେମିଳିଗୁଡ଼ାରୁ ୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ସ୍ବାବ୍‌ ଦେଉଥିବା ବ୍ୟକ୍ତିମାନେ ଘରେ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ସେହିଭଳି ସମସ୍ତ ଜିଲାବାସୀଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତା ଅବଲମ୍ବନ କରିବା, କୋଭିଡ୍‌ର ଏସ୍‌ଓପି ମାନିବାକୁ ଜିଲାପାଳ ପୁଣିଥରେ ପରାମର୍ଶ ଦେଇଛନ୍ତି। ନଚେତ୍‌ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri