କରୋନା ପ୍ରସ୍ତୁତି ମକ୍‌ ଡ୍ରିଲ୍‌ ଡିସେମ୍ବର ୨୭ରେ…

ନୂଆଦିଲ୍ଲୀ,୨୪।୧୨ : ଚାଇନା ସମେତ ବିଶ୍ୱର ୧୦ଟି ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ କରୋନା ମୁକାବିଲା ପାଇଁ କେତେଦୂର ପ୍ରସ୍ତୁତ ତାହା ଜାଣିବା ପାଇଁ ଡିସେମ୍ବର ୨୭ରେ ବିଭିନ୍ନ ରାଜ୍ୟରେ ମକ୍‌ ଡ୍ରିଲ୍‌ କରାଯିବ। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି ଲେଖାଯାଇଛି।

ମକ୍‌ ଡ୍ରିଲ ସମୟରେ କୋଭିଡ ଏବଂ ଅଣ-କୋଭିଡ ହସ୍ପିଟାଲରେ କେଉଁ କେଉଁ ସ୍ବାସ୍ଥ୍ୟ ସେବାର ସୁବିଧା ରହିଛି ତାହା ତଦାରଖ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ଯଦି କରୋନା ସଂକ୍ରମଣରେ ବୃଦ୍ଧି ଘଟେ ତେବେ କିଭଳି ଏହାର ମୁକାବିଲା କରାଯିବ ତାହା ଆକଳନ କରିବାକୁ ମଧ୍ୟ କୁହାଯାଇଛି। ହସ୍ପିଟାଲରେ କେତେ ସଂଖ୍ୟକ ଶଯ୍ୟା ରହିଛି ତାହାର ହିସାବ କରିବାକୁ ପରାମର୍ଶ ଦିଆଯାଇଛି।

ହସ୍ପିଟାଲରେ କେତେ ସଂଖ୍ୟକ ଡାକ୍ତର, ନର୍ସ, ପାରାମେଡିକାଲ କର୍ମଚାରୀ ରହିଛନ୍ତି ତାହା ଜଣାଇବାକୁ କୁହାଯାଇଛି। ସେହିପରି ଭେଣ୍ଟିଲେଟର, ଆଇସିୟୁ, ମେଡ଼ିକାଲ ଅକ୍ସିଜେନ, ୯୫ ମାସ୍କ୍‌,ପିପିଇ କିଟ୍‌ର ଉପଲବ୍ଧତା ସମ୍ପର୍କରେ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri