Pneumonia coronavirus
ଭୁବନେଶ୍ବର,୧।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୨୦୬ରେ ପହଞ୍ଚିଛି।