ୟୁରୋପକୁ ଫେରିଲା କରୋନା, ଅଷ୍ଟ୍ରିଆରେ ୨୦ ଦିନିଆ ଲକ୍‌ଡାଉନ୍‌…

ଓ୍ବାଶିଂଟନ,୨୩।୧୧: ୟୁରୋପକୁ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଗତ ସପ୍ତାହରେ ୟୁରୋପୀୟ ଦେଶମାନଙ୍କରେ କରୋନା ମହାମାରୀ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଏକ ସପ୍ତାହ ମଧ୍ୟରେ ସର୍ବାଧିକ ସଂଖ୍ୟକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏନେଇ ଚେତାବନୀ ଜାରି ହୋଇଛିି। ସୂଚନା ଅନୁଯାୟୀ, ନିକଟରେ ପ୍ରାୟ ୨୦ ଲକ୍ଷ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୨୭ ହଜାର ଟପିଛି।

ବ୍ରିଟେନ, ଚାଇନା ଏବଂ ଆମେରିକାରେ କରୋନା ମାମଲା ପୁଣି ବଢ଼ି ଚାଲିଛି।  ୟୁରୋପୀୟ ଦେଶ ଅଷ୍ଟ୍ରିଆରେ ୨୦ ଦିନିଆ ଲକଡାଉନ୍‌ ଘୋଷଣା କରାଯାଇଛି। ଲକଡାଉନ୍‌ ସହିତ ଲୋକଙ୍କ ଉପରେ କଟକଣା ଲଗାଯାଇଛି। ଅନାବଶ୍ୟକ ଭାବରେ ବାହାରକୁ ଯିବାକୁ ବାରଣ କରାଯାଇଛି।

ସେହିପରି ରେଷ୍ଟୁରାଣ୍ଟ ଏବଂ ଅଧିକାଂଶ ଦୋକାନକୁ ବନ୍ଦ ରଖାଯାଇଛି। ଏହି ସମୟରେ ସମସ୍ତ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ ଉପରେ ରୋକ ଲଗାଯାଇଛି। ଯଦିଓ ଏହି ସମୟ ମଧ୍ୟରେ ବିଦ୍ୟାଳୟ ଏବଂ ଡେ-କେୟାର ସେଣ୍ଟର ଖୋଲା ରହିବ, ମାତ୍ର ପିଲାମାନଙ୍କୁ ଘରେ ରଖିବାକୁ ଅଭିଭାବକଙ୍କୁ ପରାମର୍ଶ ଦିଆଯାଇଛି। ପାଠପଢ଼ା ଅନ୍‌ ଊାଇନ୍‌ରେ କରାଯିବ ବୋଲି ନିର୍ଦ୍ଦେଶ ଜାରି ହୋଇଛି।

୧୩ ଡିସେମ୍ବର ପର୍ଯ୍ୟନ୍ତ ଲକ୍‌ଡାଉନ ବଳବତ୍ତର ରହିବ। ପରେ ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ୟୁରୋପର ବିଭିନ୍ନ ଦେଶ ପୁଣି ଥରେ ସଂକ୍ରମଣର କେନ୍ଦ୍ର ପାଲଟି ଥିବାରୁ ଜର୍ମାନୀରେ ଟିକାକରଣକୁ ବାଧ୍ୟତାମୂଳକ କରାଯାଇଛି। ଚତୁର୍ଥ ଲହର ଦେଶରେ ପହଞ୍ଚିଛି ବୋଲି ସରକାର ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?