ଶ୍ରୀମନ୍ଦିରରେ କଡ଼ାକଡ଼ି ହେବ କୋଭିଡ୍‌ କଟକଣା

ପୁରୀ ଅଫିସ,୨୪।୩: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ଲାଗୁ କରାଯିବ। ମାସ୍କ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା କରିବା ଦିଗରେ ଧ୍ୟାନ ଦେବ ପ୍ରଶାସନ। ଶ୍ରୀମନ୍ଦିର ସାନିଟାଇଜ କରିବା ପାଇଁ ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବା ପାଇଁ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଆସନ୍ତା ୨/୩ ଦିନ ଭିତରେ ପ୍ରଶାସନ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାର କହିଛନ୍ତି। ସେହିଭଳି ଆଗକୁ ରଥଯାତ୍ରା ଥିବାରୁ ରଥ ନିର୍ମାଣରେ ନିୟୋଜିତ ଭୋଇ ଓ ମହାରଣା ସେବକଙ୍କୁ ମଧ୍ୟ ସମୟ ପୂର୍ବରୁ ଟିକାକରଣ କରାଯିବ। ଆସନ୍ତା ୨୮ ତାରିଖରେ ଦୋଳପୂର୍ଣ୍ଣିମାରେ ହେବାକୁ ଥିବା ସୁନାବେଶକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଛି। ନାଗାର୍ଜୁନ ଓ ସୁନାବେଶ ଲାଗି ନେଇ ହୋଇଥିବା ବିବାଦ ନେଇ ୨ ସେବାୟତ ନିଯୋଗ ସହିତ ଜିଲାପାଳ ଆଲୋଚନା କରିବା ନେଇ ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ବୈଠକରେ ମେଣ୍ଡା ପୋଡ଼ି, ଦାଳପୂର୍ଣ୍ଣିମା, ସୁନାବେଶ ନୀତିକାନ୍ତିକୁ ଅନୁମୋଦନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଗତ ସୁନାବେଶ ସମୟରେ ଅଧିକ ସଂଖ୍ୟକ ପୁଷ୍ପାଳକ ରନତ୍ବେଦୀ ଉପରେ ଥିବା ହେତୁ ଭଣ୍ଡାର ମେକାପମାନେ ସୁନା ଅଳଙ୍କାର ଦେବାକୁ ମନା କରିଥିଲେ। ଏହାପରେ ବିବାଦ ଉପୁଜିଥିଲା। ନୀତି ନିର୍ଘଣ୍ଟରେ ମଧ୍ୟ ଅନେକ ବିଳମ୍ବ ହୋଇଥିଲା। ବୁଧବାର ୨ ସେବାୟତ ଗୋଷ୍ଠୀଙ୍କ ସହ ଏକାଠି ଆଲୋଚନା କରି ଜିଲାପାଳ ସମସ୍ୟାର ସମାଧାନ କରିବେ ଓ ସୁନାବେଶ ନୀତିକାନ୍ତି ଠିକ ସମୟରେ ହେବ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri