ଶ୍ରୀମନ୍ଦିରରେ କଡ଼ାକଡ଼ି ହେବ କୋଭିଡ୍‌ କଟକଣା

ପୁରୀ ଅଫିସ,୨୪।୩: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ଲାଗୁ କରାଯିବ। ମାସ୍କ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା କରିବା ଦିଗରେ ଧ୍ୟାନ ଦେବ ପ୍ରଶାସନ। ଶ୍ରୀମନ୍ଦିର ସାନିଟାଇଜ କରିବା ପାଇଁ ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବା ପାଇଁ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଆସନ୍ତା ୨/୩ ଦିନ ଭିତରେ ପ୍ରଶାସନ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାର କହିଛନ୍ତି। ସେହିଭଳି ଆଗକୁ ରଥଯାତ୍ରା ଥିବାରୁ ରଥ ନିର୍ମାଣରେ ନିୟୋଜିତ ଭୋଇ ଓ ମହାରଣା ସେବକଙ୍କୁ ମଧ୍ୟ ସମୟ ପୂର୍ବରୁ ଟିକାକରଣ କରାଯିବ। ଆସନ୍ତା ୨୮ ତାରିଖରେ ଦୋଳପୂର୍ଣ୍ଣିମାରେ ହେବାକୁ ଥିବା ସୁନାବେଶକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଛି। ନାଗାର୍ଜୁନ ଓ ସୁନାବେଶ ଲାଗି ନେଇ ହୋଇଥିବା ବିବାଦ ନେଇ ୨ ସେବାୟତ ନିଯୋଗ ସହିତ ଜିଲାପାଳ ଆଲୋଚନା କରିବା ନେଇ ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ବୈଠକରେ ମେଣ୍ଡା ପୋଡ଼ି, ଦାଳପୂର୍ଣ୍ଣିମା, ସୁନାବେଶ ନୀତିକାନ୍ତିକୁ ଅନୁମୋଦନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଗତ ସୁନାବେଶ ସମୟରେ ଅଧିକ ସଂଖ୍ୟକ ପୁଷ୍ପାଳକ ରନତ୍ବେଦୀ ଉପରେ ଥିବା ହେତୁ ଭଣ୍ଡାର ମେକାପମାନେ ସୁନା ଅଳଙ୍କାର ଦେବାକୁ ମନା କରିଥିଲେ। ଏହାପରେ ବିବାଦ ଉପୁଜିଥିଲା। ନୀତି ନିର୍ଘଣ୍ଟରେ ମଧ୍ୟ ଅନେକ ବିଳମ୍ବ ହୋଇଥିଲା। ବୁଧବାର ୨ ସେବାୟତ ଗୋଷ୍ଠୀଙ୍କ ସହ ଏକାଠି ଆଲୋଚନା କରି ଜିଲାପାଳ ସମସ୍ୟାର ସମାଧାନ କରିବେ ଓ ସୁନାବେଶ ନୀତିକାନ୍ତି ଠିକ ସମୟରେ ହେବ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri