Posted inଜାତୀୟ

ମାଡି ଚାଲିଛି କରୋନା: ଦିନକରେ ୩.୬୮ ଲକ୍ଷ ସଂକ୍ରମିତ, ୩,୪୧୭ ମୃତ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୬୮,୧୪୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୧୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୯୯ ଲକ୍ଷ ୨୫ ହଜାର ୬୦୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୬୨ଲକ୍ଷ ୯୩ ହଜାର ୦୦୩ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୪ ଲକ୍ଷ ୧୩ ହଜାର ୬୪୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୧୮ ହଜାର ୯୫୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri