କେନ୍ଦୁଝରରେ କରୋନା ସ୍ଥିତି ଅସମ୍ଭାଳ: ଚିନ୍ତା ବଢାଉଛି ଆନନ୍ଦପୁର

କେନ୍ଦୁଝର, ୭ା୮(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁ ଥିବାବେଳେ ଗୁରୁବାର ଗୋଟିଏ ଦିନରେ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୨ଜଣ ସ୍ଥାନୀୟ ସଂକ୍ରମଣ ୪ଜଣ ବିଭିନ୍ନ ଟିଏମ୍‌ସିରୁ ଅଛନ୍ତି ବୋଲି ଜିଲାପାଳ ଆଶିଷ ଠାକ୍‌ରେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଆନନ୍ଦପୁର ସବ୍‌ଡିଭିଜନରେ କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଆନନ୍ଦପୁର ପୌରପାଳିକାରେ ୧୬୦ଜଣ, ଫକୀରପୁର ଅଞ୍ଚଳରେ ୨୯, ହାଟଡିହି ବ୍ଲକରେ ୧୧୨ଜଣ ଏବଂ ଘସିପୁରା ବ୍ଲକରେ ୧୫୦ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ବ୍ୟକ୍ତିମାନଙ୍କ ନିକଟରେ କୌଣସି ଲକ୍ଷଣ ଦେଖା ଦେଇନଥିବାବେଳେ ସେମାନେ ସମସ୍ତେ ପୂର୍ବ ଆକ୍ରାନ୍ତଙ୍କ ସହ ସଂପୃକ୍ତ ବୋଲି କହିଥିଲେ। କରୋନାକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିକାର ବ୍ୟବସ୍ଥା କରାଯାଉଥିବାବେଳେ ଜିଲାରେ ଏବେ ଟେଷ୍ଟିଂକୁ ଯଥେଷ୍ଟ ଅଧିକା କରାଯାଇଛି। ଜିଲାରେ ବ୍ୟାପକ କୋଭିଡ କେୟାର ସେଣ୍ଟର ପ୍ରତିଷ୍ଠା କରାଯାଇ ସେଠାରେ ସ୍ବଳ୍ପ ଲକ୍ଷଣ ଥିବା ବା ଆଦୌ ଲକ୍ଷଣ ନଥିବା ରୋଗୀମାନଙ୍କୁ ଭର୍ତ୍ତି କରାଯିବ ବୋଲି ଜିଲାପାଳ କହିଥିବାବେଳେ ବର୍ତ୍ତମାନ ଜିଲାରେ ଏକ ହଜାର ଶଯ୍ୟା ରହିଛି। ଜିଲାପାଳଙ୍କ ଏହି ଖବରଦାତା ସମ୍ମିଳନୀରେ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସଂଜୀବ ବାରିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri