Posted inଜାତୀୟ

କରୋନା ସ୍ଥିତି ସଙ୍କଟ ଜନକ : ୮ ହଜାର ମୁହାଁ ଦୈନିକ ସଂକ୍ରମଣ, ୪୦ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୮୨୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫,୬୭୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ଟପିଛି। ଏହା ୪୦ ହଜାର ୨୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୭ ହଜାର ୯୩ ଥିଲା। ସେହିପରି ୨୪ ଘଣ୍ଟାରେ ୪,୬୯୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୭୬୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୭୬ ହଜାର ୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୪ ହଜାର ୭୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri