Posted inଜାତୀୟ

କରୋନା ସ୍ଥିତି ଅସମ୍ଭାଳ: ସକ୍ରିୟ ମାମଲା ୪୦ ହଜାର ମୁହାଁ…

ନୂଆଦିଲ୍ଲୀ, ୧୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୦ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୮୭୮ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫,୩୫୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩୫ ହଜାର ଟପିଛି। ଏହା ୩୫ ହଜାର ୧୯୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୨ ହଜାର ୮୧୪ ଥିଲା। ସେହିପରି ୨୪ ଘଣ୍ଟାରେ ୩,୪୮୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୭୨୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୭୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୬୨ ହଜାର ୪୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୯୬ ହଜାର ୩୧୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri