କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଡିଜିପି ଅଭୟ। ଉଲ୍ଲଂଘନକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ପୋଲିସ କମିଶନର, ଡିସିପି ଓ ସମସ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗୁରୁବାର ଡିଜିପିଙ୍କ କଟକସ୍ଥିତ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ପଦାଧିକାରୀଙ୍କ ସହ ଡିଜିପି ଦ୍ୱୈତନଗରୀର ସ୍ଥିତିକୁ ନେଇ ଆଲୋଚନା କରିଥିଲେ। ବୈଠକରୁ ମିଳିଥିବା ସୁଚନାନୁସାରେ, କରୋନା କଟକଣା ସମ୍ବନ୍ଧୀୟ ଆଇନଗତ କାର୍ଯ୍ୟକାରିତାକୁ ବଜାର ଓ ନିର୍ଦ୍ଦିଷ୍ଟ ହଟସ୍ପଟ୍‌ଗୁଡ଼ିକରେ କଠୋର ଭାବେ ଗ୍ରହଣ କରାଯିବ। ଏବେ ସବୁଠି ଭିଡ଼ ଦେଖିବାକୁ ମିଳୁଛି। ଦୋକାନ ଓ ଶପିଂ ମଲ୍‌ରେ ଗାଇଡ୍‌ଲାଇନ୍‌ ପାଳନ ହେଉନି। କଟକଣା ଉଲ୍ଲଂଘନ ହେଉଥିବାରୁ ବ୍ୟାପକ ଚଢାଉ କରାଯିବ। କଟକଣା ଭାଙ୍ଗୁଥିବା ବ୍ୟକ୍ତି, ଦୋକାନୀଙ୍କଠାରୁ ଜରିମାନା ଆଦାୟ କରାଯିବ। ଏସବୁ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଅଧିକ ୫୦ ପୋଲିସ ଅଧିକାରୀ ନିୟୋଜିତ ହେବେ।  ଏଥିସହ  ୫ ପ୍ଲାଟୁନ ଅଧିକ ପୋଲିସ ଫୋର୍ସ ଯୋଗାଇ ଦିଆଯିବ। ପ୍ରତ୍ୟକ ଛକରେ ପୋଲିସର କଡ଼ା ପ୍ରହରା କରାଯାଇ ଯାଞ୍ଚକୁ କଡ଼ାକଡ଼ି କରାଯିବ। ଏହାଛଡ଼ା ବ୍ୟାପକ ସଚେତନତା ମାଧ୍ୟମରେ ଜନସାଧାରଣଙ୍କ ସହଯୋଗ କାମନା କରାଯିବ। ତେବେ ଭୁବନେଶ୍ୱରରେ ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଏହା ଉପରେ ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି। ସ୍ଥିତି ନିୟନ୍ତ୍ରଣ ସହ କାର୍ଯ୍ୟାନୁଷ୍ଠାନକୁ ଦୃଢ଼ କରିବା ପାଇଁ ଭୁବନେଶ୍ୱରକୁ ୩ ଜୋନ୍‌ରେ ବିଭକ୍ତ କରାଯିବ। ପ୍ରତି ଜୋନ୍‌ରେ ଜଣେ ଡିସିପି ପାହ୍ୟାର ଅଧିକାରୀ ଦାୟିତ୍ୱରେ ରହିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ଅନ୍ୟପକ୍ଷରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ଅଧିକାରୀ ଓ କର୍ମଚାରୀ ସଂକ୍ରମିତ ହେଉଥିବା ଦେଖିବାକୁ ମିଳିଛି। ଦିନକୁ ଦିନ ଏହି ସଂଖ୍ୟା ବଢ଼ୁଥିବାରୁ ପୋଲିସ ପ୍ରଶାସନ ପାଇଁ ଚିନ୍ତା ବଢିଛି। ଯେଉଁ ପୋଲିସ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି, ସ୍ବତନ୍ତ୍ର ଭାବେ ସେମାନଙ୍କ ଯତ୍ନ ନିଆଯିବ। ଏଥିପାଇଁ ଷ୍ଟେଟ୍‌ ସେଣ୍ଟ୍ରାଲ ଷ୍ଟୋର୍‌ରୁ ଅଧିକ ପିପିଇ କିଟ୍‌ ଓ ଫେସ୍‌ ସିଲ୍ଡ ସଂଗ୍ରହ କରିବାକୁ ଦ୍ୱୈତନଗରୀର ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଥାନାକୁ ଏବେ ଏସବୁକୁ ଅଧିକ ପରିମାଣରେ ଯୋଗାଇ ଦିଆଯିବ। ଥାନାର କର୍ମଚାରୀ ଏହାକୁ ବ୍ୟବହାର କରିବା ପାଇଁ ଥାନାଧିକାରୀ ଉତ୍ସାହିତ କରନ୍ତୁ ବୋଲି ଡିଜିପି କହିଥିଲେ। ବୈଠକରେ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ, ଆଇଜି ଏସ୍‌. ପ୍ରବୀଣ କୁମାର, ଭୁବନେଶ୍ୱର ଡିସିପି ଡ. ଉମାଶଙ୍କର ଦାଶ, କଟକ ଡିସିପି ପ୍ରତୀକ ସିଂ ଓ ଏଆଇଜି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri