Posted inଖେଳ

କରୋନା ଆଶଙ୍କାରେ ଗିନି ଓହରିଲା

କୋନାକ୍ରି (ଗିନି), ୨୩ା୭ (ଏପି)- କରୋନା ଭାଇରସ ପାଇଁ ଆଫ୍ରିକୀୟ ଦେଶ ଗିନି ଟୋକିଓ ଅଲିମ୍ପିକ୍ସରୁ ଓହରିଯାଇଛି। ଗେମ୍ସରେ ଏହାର ୫ଜଣ ଆଥ୍‌ଲେଟ ଅଂଶଗ୍ରହଣ କରିଥାନ୍ତେ। ଦେଶର କ୍ରୀଡ଼ାମନ୍ତ୍ରୀ ସାନୋସି ବାନ୍ତାମା ସୋ ବୁଧବାର ଗିନି ଅଲିମ୍ପିକ କମିଟି ନିକଟକୁ ଏକ ଚିଠି ଲେଖିଥିଲେ। ଦେଶର ଆଥ୍‌ଲେଟଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କରୋନା ଭାଇରସ ଏବଂ ଏହାର ଭାଇରାଣ୍ଟ ବିପଜ୍ଜନକ ପରିସ୍ଥିତି ସୃଷ୍ଟି କରିଛି। ତେଣୁ ଏଥର ଗିନି ଅଲିମ୍ପିକ୍ସରେ ଅଂଶଗ୍ରହଣ ନ କରିବା ଲାଗି ନିଷ୍ପତ୍ତି ନେଇଥିବା ସେଥିରେ ଉଲ୍ଲେଖ କରିଛନ୍ତି। କିଛିଦିନ ପୂର୍ବେ ଗିନି ଅଲିମ୍ପିକ କମିଟି ସାଧାରଣ ସମ୍ପାଦକ ବେନ୍‌ ଡାଓଡା ନାସୋକୋ ଏକ ଖରଦାତା ସମ୍ମିଳନୀରେ କହିଥିଲେ ଯେ, ଟୋକିଓ ଗେମ୍ସ ପାଇଁ ପ୍ରତିନିଧି ଦଳ ପଠାଇବା ଲାଗି ପାଣ୍ଠି ମଞ୍ଜୁର ହୋଇ ସାରିଛି। ୫ଜଣ ଆଥ୍‌ଲେଟଙ୍କ ମଧ୍ୟରୁ ଫାତୋମାତା ୟାରି କାମରା ନାମକ ଜଣେ ଫ୍ରିଷ୍ଟାଇଲ ରେସ୍‌ଲର ଏହି ନିଷ୍ପତ୍ତିକୁ ନାପସନ୍ଦ କରିଛନ୍ତି। କରୋନା ଭାଇରସ ସତ୍ତ୍ୱେ ଜାପାନ ଗେମ୍ସ ଆୟୋଜନକୁ ବାତିଲ କରି ନ ଥିବାବେଳେ ଗିନି କାହିଁକି ଅଂଶଗ୍ରହଣରୁ ଓହରିଯିବା ଲାଗି ନିଷ୍ପତ୍ତି ନେଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଗିନିର ଅନ୍ୟ ଆଥ୍‌ଲେଟମାନେ ହେଲେ ସନ୍ତରଣକାରୀ ମାମାଦୋ ତାହିରୋ ବାହ ଓ ଫାତୋମାତା ଲାମାରାନା ତୋରେ, ୧୦୦ମିଟର ରନର ଆଇସାତା ଦିନ୍‌ କୋନ୍ତେ ଏବଂ ଜୁଡୋ ପ୍ରତିଯୋଗୀ ମାମାଦୋ ସାମ୍ବା ବାହ। ସୂଚନାଯୋଗ୍ୟ, ଗିନି ୧୧ଥର ଅଲିମ୍ପିକ୍ସରେ ଭାଗ ନେଇଥିଲେ ହେଁ ଥରେ ହେଲେ ପଦକ ଜିତିପାରି ନାହିଁ। ପୂର୍ବରୁ ଉତ୍ତର କୋରିଆ ସମାନ କାରଣ ଦର୍ଶାଇ ଟୋକିଓ ଅଲିମ୍ପିକ୍ସରୁ ଓହରିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri