ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବୁଧବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ମୃତକମାନଙ୍କ ମଧ୍ୟରେ ଗଞ୍ଜାମ, ଫୁଲବାଣୀ, ବାଲେଶ୍ୱର, ପୁରୀ ଏବଂ ମାଲକାନଗିରିରୁ ଜଣେ ଲେଖାଏ ଅଛନ୍ତି। ବାଲେଶ୍ୱରର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ସେ ଡାଇବେଟସ୍‌ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ସେହିପରି ପୁରୀର ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମର ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ୍‌ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ଫୁଲବାଣୀର ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ଲିଭର ଏବଂ ଜଣ୍ଡିସ୍‌ ରୋଗରେ ପୀଡ଼ିତ ଥିଲେ। ସେହିପରି ମାଲକାନଗିରିର ଜଣେ ୬୨ ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ମଧ୍ୟ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଥିବା ବେଳେ ୧୮,୦୬୧ ଜଣ ସୁସ୍ଥ ହୋଇଛନ୍ତି। ୧୦,୯୨୦ ଚିକିତ୍ସିତ ହେଉଛନ୍ତି। ୧୫୯ ଜଣଙ୍କ ଜୀବନ ନେଇ ସାରିଲାଣି କରୋନା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri