Posted inଜାତୀୟ

ପୁଣି କରୋନା ଆତଙ୍କ: ୬୦ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୧୦୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୦୮୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୬୦ ହଜାର ଟପି ଏହା ୬୦ ହଜାର ୩୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୭ ହଜାର ୫୪୨ ଥିଲା। ସେହିପରି ୨୪ ଘଣ୍ଟାରେ ୬,୩୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୨୪୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୨୭ ହଜାର ୨୨୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୩୫ ହଜାର ୭୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌....

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri